ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ୧୧୧ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୭୩୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୫୭ ହଜାର ୪୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଅପରପକ୍ଷରେ ୪ ଲକ୍ଷ ୯୫ ହଜାର ୫୩୩ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧ ହଜାର ୫୦ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୪ କୋଟି ୪୬ ଲକ୍ଷ ୧୧ ହଜାର ୨୯୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୧ କୋଟି ୬୪ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri