ଆଧାର ଲିଙ୍କ୍‌ ପାଇଁ ପୋଷ୍ଟ ଅଫିସରେ ନାହିଁ ନ ଥିବା ଭିଡ଼, ନିୟନ୍ତ୍ରଣ ପାଇଁ ଜଗି ରହିଲା ପୋଲିସ

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ): ବୁଧବାରଠାରୁ ଆରମ୍ଭ ହୋଇଛି ସୁଭଦ୍ରା ଯୋଜନାରେ ଅପଲୋଡ୍‌ ପ୍ରକ୍ରିୟା। ଏନେଇ ବହୁ ମହିଳା ସେମାନଙ୍କ ଆଧାର କାର୍ଡ ସହ ବ୍ୟାଙ୍କ ଲିଙ୍କ୍‌ ହେଉ ବା ମୋବାଇଲ ନମ୍ବର ସହ ଲିଙ୍କ୍‌ କରିବା ପାଇଁ ବ୍ୟସ୍ତ ହୋଇଗଲେଣି। ମଙ୍ଗଳବାର ମଧ୍ୟ ଛତ୍ରପୁର ପୋଷ୍ଟ ଅଫିସରେ ନାହିଁ ନ ଥିବା ଭିଡ଼ ଜମିଥିବା ବେଳେ ଆଜି ବି ସେହିପରି ଘଟଣା ଦେଖିବାକୁ ମିଳିଛି। ଏପରିକି ସକାଳ ୬ରୁ ମହିଳାମାନେ ଆସି ଜଗିରହିଛନ୍ତି। କେତେବେଳେ ପୋଷ୍ଟ ଅଫିସ ଖୋଲିବ ଆଧାର କାର୍ଡ ସହ ମୋବାଇଲ ନମ୍ବର ସଂଯୋଗ କରିବେ। ୧୦ଟାରେ ପୋଷ୍ଟ ଅଫିସ ଖୋଲିଲା ପରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଠେଲାପେଲା ସହ ମହିଳାମାନେ ତଳେ ପଡ଼ିଯାଉଥିବାର ଦେଖିବାକୁ ମିଳିଥିଲା। ଶେଷରେ ଛତ୍ରପୁର ପୋଲିସ ଥାନା ଅଧିକାରୀ ଓ ଛତ୍ରପୁର ବିଡିଓ ଆସି ମହିଳାମାନଙ୍କୁ ବିଝାଇଥିଲେ। ଏପରିକି ଭିଡ଼କୁ ଦେଖି କିଛି ସମୟ ପ୍ରର୍ଯ୍ୟନ୍ତ କାମ ବନ୍ଦ ରହିଥିଲା। ପରେ ପୋଲିସ ଉପସ୍ଥିତିରେ କାମ ପୁଣି ଆରମ୍ଭ ହୋଇଥିଲା। ଗତକାଲି ଗୋଟିଏ କାଉଣ୍ଟର ଖୋଲାରହିଥିଲା ଆଜି ତିନୋଟି ଖୋଲାଯାଇଥିଲା। ଆସନ୍ତାକାଲି ପ୍ରତି ପଞ୍ଚାୟତରେ ଥିବା ପୋଷ୍ଟ ଅଫିସରେ ଏହି ଆଧାର କାର୍ଡ କାଉଣ୍ଟର ଖୋଲଯିବ। ନିଜ ନିଜ ଅଞ୍ଚଳରେ କରିବାକୁ କୁହାଯାଇଥିଲା। ଦିନ ୨ ଟା ପରେ ବନ୍ଦ କରିଦିଆଗଲା ଆଧାର କାର୍ଡ। ଯାହାଫଳରେ ଶହ ଶହ ମହିଳା ଯିଏ ନିଜ କାମ ଧନ୍ଦା ଛାଡ଼ି ଛୋଟ ଛୁଆକୁ ଧରି ବହୁ ଦୂରରୁ ଆସିଥିଲେ ସେମାନେ ସବୁ ନିରାଶରେ ଫେରିଯାଉଥିବାର ଦେଖିବାକୁ ମିଳିଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ କାଉଣ୍ଟର ସଂଖ୍ୟା ବୃଦ୍ଧି ସହ ସମସ୍ତ ବ୍ୟବସ୍ଥା ସଠିକ୍‌ ଭାବେ କିପରି ସୁପରିଚାଳନା ହୋଇ ପାରିବ ସେଥିପ୍ରତି ଧ୍ୟାନ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri