ଏସବୁ ୫ କାରଣ ଯୋଗୁ କରୋନା ପୁଣି ହେଉଛି ବେକାବୁ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟର କିଛି ଅଞ୍ଚଳରେ ସରକାରଙ୍କ ପକ୍ଷରୁ କଡ଼ା କଟକଣା ଜାରି ହୋଇଛି। ଧୀରେଧୀରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ଗ୍ରାଫ୍‌ ବଢ଼ିବାରେ ଲାଗିଛି। ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୮ ହଜାରରୁ ଅଧିକ ରହୁଛି। ସେହିପରି ମୃତକଙ୍କ ସଂଖ୍ୟା ପ୍ରତି ୨୪ ଘଣ୍ଟାରେ ୧୦୦ରୁ ଅଧିକରେ ପହଞ୍ଚିଛି। କରୋନା ବେକାବୁ ହେବାର ୫ଟି କାରଣ ରହିଛି। ସେଥିମଧ୍ୟରେ ପ୍ରଥମ କାରଣ ହେଉଛି ନମୁନା ପରୀକ୍ଷା ସଂଖ୍ୟା କମିଯିବା ଦ୍ୱାରା ଆକ୍ରାନ୍ତଙ୍କ ସମ୍ପର୍କରେ ଠିକ ଖବର ମିଳିପାରୁ ନାହିଁ। ଦ୍ୱିତୀୟ କାରଣ ହେଉଛି ନୂଆ ଷ୍ଟ୍ରେନ୍‌। ଏହାକୁ ନିଭଳି ନିୟନ୍ତ୍ରଣ କରାଯିବା ତାହା ଏବେ ଅଜଣା। ଏହା ଦ୍ରୁତ ବେଗରେ ସଂକ୍ରମଣ କରୁଛି। ସେହିପରି ତୃତୀୟ କାରଣ ହେଉଛି ଟିକାକରଣରେ ବିଳମ୍ବ। ଭାରତରେ ପ୍ରତି ୧୦୦ ଜଣରେ ଜଣଙ୍କୁ ଟିକାଦାନ କରାଯାଉଛି। ଏହା ଯୋଗୁ କରୋନା ବେକାବୁ ହେବାରେ ଲାଗିଛି। ସେହିପରି ସରକାରଙ୍କ ପକ୍ଷରୁ ଜାରି ହୋଇଥିବା କରୋନା ମାର୍ଗଦର୍ଶିକାକୁ ଲୋକେ ପୂର୍ବଭଳି ପାଳନ କରୁ ନାହାନ୍ତି। ଏହା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାର ମୁଖ୍ୟ କାରଣ। ଅପରପକ୍ଷରେ ଦେଶରେ ନମୁନା ପରୀକ୍ଷାରେ କରୋନା ପଜିଟିଭ୍‌ ସଂଖ୍ୟା ୫ ପ୍ରତିଶତରୁ ଅଧିକ ରହୁଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ରିପୋର୍ଟ ଅନୁସାରେ ଏହା ଦୁଇ ସପ୍ତାହ ପର୍ଯ୍ୟନ୍ତ ୫ ପ୍ରତିଶତରୁ କମ୍‌ ରହିଲେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହଜ ହୋଇପାରିବ। ତେବେ ଭାରତ ଏଭଳି ସ୍ଥିତି ସୃଷ୍ଟି ହେବାକୁ ଅଧିକ ସମୟ ଲାଗିବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri