‘ବିର୍ସା ମୁଣ୍ଡାଙ୍କ ପ୍ରତି ରକ୍ତବିନ୍ଦୁରେ ଥିଲା ସ୍ବାଧୀନତାର ଝଲକ’

ମହାକାଳପଡ଼ା,୧୫ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପେଟଛେଲା ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ଜନଜାତି ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ରବିବାର ପାଳିତ ହୋଇଯାଇଛି।

ଉପସ୍ଥିତ ଅତିଥିମାନେ ବିର୍ସା ମୁଣ୍ଡାଙ୍କ ତୈଳଚିତ୍ର ଏବଂ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରିଥିଲେ। ସଭାରେ ବକ୍ତାମାନେ ମତ ପ୍ରକାଶ କରି କହିଥିଲେ ଯେ, ଆଦିବାସୀ ସଂଗ୍ରାମୀ ବୀର ଯୋଦ୍ଧା ବିର୍ସା ମୁଣ୍ଡାଙ୍କ ପ୍ରତିଟି ରକ୍ତବିନ୍ଦୁରେ ସ୍ବାଧୀନତାର ଝଲକ ଥିଲା। ବ୍ରିଟିଶ ଶାସନକୁ ବିରୋଧ କରି ଝାଡ଼ଖଣ୍ଡର ଉଲିହାତୁ ନିପଟ ମଫସଲ ଗାଁରେ ଜନ୍ମଗ୍ରହଣ କରିଥିବା ଏହି ବୀର ଯୋଦ୍ଧାଙ୍କ ଅବଦାନ ଦେଶ ପାଇଁ ଚିରସ୍ମରଣୀୟ। ଜେଲ୍‌ରେ ରହି ଶହୀଦ ହୋଇଥିବା ଏହି ମହାନ ଯୋଦ୍ଧା ଆଜିର ଯୁବପିଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ। ତାଙ୍କର ଜନ୍ମଦିବସକୁ ଦେଶର ପ୍ରତି କୋଣଅନୁକୋଣରେ ‘ରାଷ୍ଟ୍ରୀୟ ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରାଯାଉଛି। ଆଦିବାସୀଙ୍କ ଜଳ, ଜମି ଓ ଜଙ୍ଗଲର ଅଧିକାର ପାଇଁ ସେ ବ୍ରିଟିଶମାନଙ୍କ ବିରୋଧରେ ଲଢ଼େଇ କରି ଶହୀଦ ହୋଇଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜିଲା ଅତିରିକ୍ତ ମଙ୍ଗଳ ଅଧିକାରିଣୀ ରଶ୍ମି ମଞ୍ଜରୀ ପ୍ରଧାନ, ଏମ୍‌ପି ପ୍ରତିନିଧି ସରୋଜ କାନ୍ତ ସାହୁ, ବିଧାୟକ ପ୍ରତିନିଧି ରଞ୍ଜନ ଚୌଧୁରୀ, ଆଦିବାସୀ ବରିଷ୍ଠ ନେତା ଛୋଟରାୟ ମାଝୀ, ଇଞ୍ଜିନିୟର ଚନ୍ଦ୍ରକାନ୍ତ ସ୍ବାଇଁ, ସରପଞ୍ଚ ପ୍ରସନ୍ନ ବେହେରାଙ୍କ ସମେତ ବହୁ ବରିଷ୍ଠ ଆଦିବାସୀ ନେତା ଯୋଗଦେଇ ବିର୍ସା ମୁଣ୍ଡାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।

ଏହି ଅବସରରେ ବ୍ଲକର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂ ଏବଂ ରାଜେନ୍ଦ୍ର କିସ୍କୁଙ୍କୁ ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ମିଳିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଆଦିବାସୀ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ବାର୍ତ୍ତା ଆଭାସୀ ମାଧ୍ୟମରେ ମଞ୍ଚରେ ପ୍ରଦର୍ଶିତ ହୋଇଥିଲା। ବିଭିନ୍ନ ଗ୍ରାମର ଆଦିବାସୀ ସମାଜର ଲୋକମାନେ ଏଥିରେ ସାମିଲ ହୋଇଥିଲେ। ବଳରାମ ପାଢ଼ୀ ମଞ୍ଚ ପରିଚାଳନା କରିଥିବାବେଳେ  ଦୀନବନ୍ଧୁ ମୁର୍ମୁ, ମଦନ ହାଁସଦା ପ୍ରମୁଖ କମିଟି ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ତେବେ ଜିଲା ପ୍ରଶାସନ ପକ୍ଷରୁ ବ୍ଲକର ପାଣିଖିଆ ସାନ୍ତାଳୀ ସମାଜକୁ ଏହି ଜିଲାସ୍ତରୀୟ ଉତ୍ସବରେ ଅଣଦେଖା କରାଯାଇଥିବା ପାଣିଖିଆ ଗାଁର ଶିବ ଟୁଡୁ, ଗୁରୁଭା ହାଁସଦାଙ୍କ ସମେତ ବରିଷ୍ଠ ମୁରବୀମାନେ ଦୁଃଖ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?