ସ୍ତନ୍ୟଦାତ୍ରୀ ମା’ ଲାଗି …

ମା’ ସ୍ତନରୁ ଝରୁଥିବା କଷକ୍ଷୀରକୁ ଅପରିଷ୍କାର ଭାବି ନ ଫିଙ୍ଗି ଶିଶୁକୁ ଖୁଆନ୍ତୁ। ଏଥିରେ ଶିଶୁ ପାଇଁ ଆବଶ୍ୟକ ପୋଷକ ତତ୍ତ୍ୱ ଏବଂ ରୋଗ ପ୍ରତିରୋଧକ ଶକ୍ତି ଭରପୂର ଥାଏ।
-ନୂଆ ନୂଆ ସ୍ତନ୍ୟପାନ କରାଉଥିବା ଅଧିକାଂଶ ମା’ ଶିଶୁଙ୍କୁ କିଛି କିଛି ସମୟ ଅନ୍ତରାଳରେ କ୍ଷୀର ପିଆଇଥାନ୍ତି, ଯାହାଦ୍ୱାରା ଶିଶୁଠାରେ ଅରୁଚି, ବାନ୍ତି ଆଦି ଦେଖାଦେଇଥାଏ। ତେଣୁ ଶିଶୁକୁ ଭୋକ କଲେ ଅର୍ଥାତ୍‌ ସେ କାନ୍ଦିଲେ ଅବା ଦେଢରୁ ଦୁଇ ଘଣ୍ଟା ବ୍ୟବଧାନରେ କ୍ଷୀର ପିଆନ୍ତୁ। । ଏହାଦ୍ୱାରା ଶିଶୁର ଖାଦ୍ୟ ହଜମ କରିବା ସହଜ ହୋଇଥାଏ।
-ଶୋଇବା ଅବସ୍ଥାରେ ଶିଶୁକୁ ସ୍ତନ୍ୟପାନ କରାଇବା ଅନୁଚିତ। କାରଣ ଏହାଦ୍ୱାରା ଶିଶୁର ନାକରେ ଚାପ ପଡ଼ି ଶ୍ୱାସରୁଦ୍ଧ ହେବା ଆଶଙ୍କା ଥାଏ। ତେଣୁ ସର୍ବଦା ବସିରହି ସ୍ତନ୍ୟପାନ କରାଇବା ନିରାପଦ।
-କ୍ଷୀର ପିଇବା ପରେ ଶିଶୁକୁ ନିଜ କାନ୍ଧରେ ପକାଇ( ଯେପରି ଶିଶୁର ପେଟ ଚାପିହେବ) ତା’ ପିଠିକୁ କିଛି ସମୟ ଥାପୁଡ଼ାନ୍ତୁ। ଏହାଦ୍ୱାରା ଶିଶୁ ପେଟରୁ ହାକୁଟି ଆକାରରେ ଗ୍ୟାସ୍‌ ବାହାରି ଆସିବ ଏବଂ ସେ ବାନ୍ତି କରିବ ନାହିଁ। ଏହାପରେ ଶିଶୁକୁ ଚିତ୍‌ କରି ନ ଶୁଆଇ କଡ଼ମାଡ଼ି ଶୁଆଇବାକୁ ଚେଷ୍ଟା କରନ୍ତୁ। କାରଣ ଚିତ୍‌ ହୋଇ ଶୋଇବା ଦ୍ୱାରା ଶିଶୁ ବାନ୍ତିକରିବା ସମୟରେ ଏହା ନାକ ଦେଇ ଭିତରକୁ ଯାଇ ନିଃଶ୍ୱାସ ବନ୍ଦ ହୋଇଯିବା ଆଶଙ୍କା ଥାଏ।
-ଶିଶୁକୁ ସର୍ବଦା ଦୁଇସ୍ତନରୁ ସମାନ ପରିମାଣରେ କ୍ଷୀର ପିଆଇବାକୁ ଚେଷ୍ଟା କରନ୍ତୁ। ନଚେତ୍‌ ଗୋଟିଏ ସ୍ତନରେ ଅଧିକ କ୍ଷୀର ଜମାହୋଇ ପରବର୍ତ୍ତୀ ସମୟରେ ବିଭିନ୍ନ ସମସ୍ୟା ସୃଷ୍ଟି କରିଥାଏ। ତା’ଛଡ଼ା ଶିଶୁ ଯଦି ଠିକ୍‌ ଭାବେ କ୍ଷୀର ନ ପିଉଛି କିମ୍ବା ମା’ର ଅଧିକ କ୍ଷୀର ହେଉଛି ତେବେ ତାହା ଯେପରି ରହି ନ ଯାଏ ସେଥିପ୍ରତି ଧ୍ୟାନଦେବା ଆବଶ୍ୟକ। କାରଣ ଏହା ରହିଯିବା ଫଳରେ ସ୍ତନରେ ଗୋଟାଳି ହୋଇ ବିନ୍ଧିବା, ପୂଯ ହେବା ଏବଂ କେବେ କେବେ ଏହା ଅଧିକ କ୍ଷତିକାରକ ମଧ୍ୟ ହୋଇଥାଏ।
-ମା’ ଅତି ଦୁର୍ବଳ, ପୁଷ୍ଟିହୀନତାର ଶିକାର କିମ୍ବା ରୁଗ୍‌ଣ ହୋଇଥିଲେ ସ୍ତନ୍ୟପାନ କରାଇବା ଅନୁଚିତ।
ସେହିପରି ମାନସିକ ରୋଗଗ୍ରସ୍ତ, କୁଷ୍ଠ, ଏଚ୍‌ଆଇଭି, ଯକ୍ଷ୍ମା, ହାଡ଼ଫୁଟି, ମିଳିମିଳା, ଜଣ୍ଡିସ୍‌ ଆଦି ରୋଗ ଥିଲେ କିମ୍ବା ମା’ ସ୍ତନରେ ଘା’ ହୋଇଥିଲେ ସ୍ତନ୍ୟପାନ କରାଇବା ଶିଶୁ ପ୍ରତି ବିପଜ୍ଜନକ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri