କର୍କଟ ପାଇଁ …

ବରଗଡ଼୪।୯( ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ମଙ୍ଗଳବାର କର୍କଟ ରୋଗ ନିରାକରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଇନରହିଲ କ୍ଲବ ଅଫ ବରଗଡ଼ ପକ୍ଷରୁ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ଇନରହିଲ କ୍ଲବ ଅଫ୍‌ ବରଗଡ଼ର ପୂର୍ବ ଡିଷ୍ଟ୍ରିକ୍ଟ ଚେୟାରମେନ ମମତା ପୁରୋହିତଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ସମ୍ମୁଖରୁ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହି ଅବସରରେ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଏବଂ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ରାମକୃଷ୍ଣ ପୁରୋହିତ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଗର୍ଭାଶୟ କର୍କଟ ଉପରେ ବିଭିନ୍ନ ସୂଚନା ଦେଇଥିଲେ। ଚିକିତ୍ସା ଅପେକ୍ଷା ରୋଗର ପ୍ରତିରୋଧ ଭଲ ବୋଲି ବାର୍ତ୍ତା ଦେଇ ସେ ସମସ୍ତ ଝିଅମାନଙ୍କୁ ଏଚ୍‌ପିଭି ଟିକା ନେବାକୁ ପରାମର୍ଶ ଦେଇଥିଲେ। ବିଶ୍ୱରେ ପ୍ରତି ଏକ ହଜାର ମହିଳାଙ୍କ ମଧ୍ୟରୁ ଜଣେ ମହିଳା ଗର୍ଭାଶୟ କର୍କଟରେ ପୀଡିତ। ଏଚପିଭି ଟିକା ଗ୍ରହଣ କରିବା ଦ୍ୱାରା ଗର୍ଭାଶୟ କର୍କଟ ହେବାର ସମ୍ଭାବନା ୮୦ପ୍ରତିଶତ କମିଯାଏ ତଥା କର୍କଟ ରୋଗକୁ ଭୟ କରିବାର କୌଣସି ଆବଶ୍ୟକତା ନାହିଁ। ତାଙ୍କୁ ସାହସ ସହିତ ପରାସ୍ତ କରିବା ଆବଶ୍ୟକ। ଠିକ ସମୟରେ ପରୀକ୍ଷା କରି ଏହି ରୋଗକୁ ଏଡାଇ ଦିଆଯାଇ ପାରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ସଚେତନତା ଶୋଭାଯାତ୍ରାରେ କ୍ଲବ ସଦସ୍ୟା, ଅତିଥି ଏବଂ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ଏବଂ ରୋଟାରୀ ପବ୍ଲିକ ସ୍କୁଲର ଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ଆଗାମୀ ଦିନରେ ୧୦ ରୁ ୧୨ ଜଣ ଝିଅଙ୍କୁ ମାଗଣାରେ ଏଚପିଭି ଟିକା ଦିଆଯିବ ବୋଲି କ୍ଲବର ପୂର୍ବ ଡିଷ୍ଟ୍ରିକ୍ଟ ଚେୟାରମେନ ପୁରୋହିତ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ରୋଟାରୀ କ୍ଲବ ଅଫ ବରଗଡ ସଭାପତି ଦଶରଥ ଅଗ୍ରୱାଲ, ରୋଟାରୀ କ୍ଲବ ଅଫ୍‌ ବରଗଡ଼ ସେଣ୍ଟ୍ରାଲ ସଭାପତି ପ୍ରମୋଦ ଅଗ୍ରୱାଲ, ରୋଟାରୀ ପବ୍ଲିକ ସ୍କୁଲ ପ୍ରିନ୍ସିପାଲ ଗଜେନ୍ଦ୍ର ନାରାୟଣ ମିଶ୍ର ଏବଂ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ପ୍ରିନ୍ସିପାଲଙ୍କୁ ଚାରା ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଏହି ଅବସରରେ କ୍ଲବ ସଭାପତି ରିତୁ ସାନନ, ସମ୍ପାଦିକା ଜୟନ୍ତୀ ବେହେରା, କୋଷାଧ୍ୟକ୍ଷ ଅସୀମା ବିଶୋଇ, ଆଇଏସଏ ପୂଜା ଅଗ୍ରୱାଲ, ପୂର୍ବତନ ଅଧ୍ୟକ୍ଷା ଭାଗାସିନୀ ପାତ୍ର, ବୁଲବୁଲ ଜିନ୍ଦଲ, ଚିନ୍ମୟ ମେହେର, ଅନୁପମା ଅଗ୍ରୱାଲ, ସାରିକା ଅଗ୍ରୱାଲ, ମନ୍ଦାକିନି ପତି ପ୍ରମୁଖ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri