Posted inଜାତୀୟ

ଚଣ୍ଡିଗଡ଼କୁ ନେଇ ପଞ୍ଜାବ, ହରିୟାଣା ମୁହଁ।ମୁହିଁ

ଚଣ୍ଡିଗଡ଼,୪।୪: ରାଜ୍ୟ ରାଜଧାନୀ ଚଣ୍ଡିଗଡ଼କୁ ନେଇ ପଞ୍ଜାବ ଏବଂ ହରିୟାଣା ସରକାର ଏବେ ମୁହଁ।ମୁହିଁ ହୋଇଛନ୍ତି। ଚଣ୍ଡିଗଡ଼କୁ ପଞ୍ଜାବକୁ ହସ୍ତାନ୍ତର କରାଯାଉ ଦାବି କରି ସେଠାର ଆମ୍‌ ଆଦ୍‌ମୀ ପାର୍ଟି ସରକାର ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇଥିଲେ। ଏହା ପରେ ହରିୟାଣାର ଭାଜପା ସରକାର ମଧ୍ୟ ୫ ତାରିଖରେ ଏଥିପାଇଁ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଡାକିଛନ୍ତି। ଚଣ୍ଡିଗଡ଼ ସମେତ ହିନ୍ଦୀ ଭାଷାଭାଷୀ ଅଞ୍ଚଳ ହରିୟାଣାକୁ ହସ୍ତାନ୍ତର କରିବା ଲାଗି ଦୀର୍ଘଦିନର ଦାବିକୁ ସେମାନେ ପୁଣିଥରେ ଉଠାଇଛନ୍ତି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାରଙ୍କ ବାସଭବନରେ କ୍ୟାବିନେଟ ବୈଠକ ବସି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ନିଷ୍ପତ୍ତି ହୋଇଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଏହି ଅଧିବେଶନ ବସିବ। ପଞ୍ଜାବ ଚଣ୍ଡିଗଡ଼କୁ ନେବା ଲାଗି ପ୍ରସ୍ତାବ ଗୃହୀତ କରାଇବାରେ ହରିୟାଣା ସରକାର ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏଭଳି ଦାବି କରିବା ପୂର୍ବରୁ ପଞ୍ଜାବ ସରକାର ସମସ୍ତ ଷ୍ଟେକ୍‌ହୋଲ୍ଡରଙ୍କ ମତ ନେବା ଆବଶ୍ୟକ ଥିଲା ବୋଲି ଖଟ୍ଟାର କହିଛନ୍ତି। ଇତିମଧ୍ୟରେ ହରିୟାଣା ଗୃହମନ୍ତ୍ରୀ ଅନିଲ ଭିଜ୍‌ ପଞ୍ଜାବ ସରକାରଙ୍କ ଉଦ୍ୟମକୁ ସମାଲୋଚନା କରିବା ସହ ଆମ୍‌ ଆଦ୍‌ମୀ ପାର୍ଟିକୁ ଏକ ‘ବଚ୍ଚା ପାର୍ଟି’ ବୋଲି କହିଛନ୍ତି। ଏହା ଏକ ପିଲାଳିଆ ଦଳ, ଦୁଇ ରାଜ୍ୟ ମଧ୍ୟରେ ରହିଥିବା ପ୍ରକୃତ ପ୍ରସଙ୍ଗ ସମ୍ପର୍କରେ ଏହି ଦଳ ଅବଗତ ନୁହେଁ ବୋଲି ଭିଜ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri