Posted inଜାତୀୟ

ଚଣ୍ଡିଗଡ଼କୁ ନେଇ ପଞ୍ଜାବ, ହରିୟାଣା ମୁହଁ।ମୁହିଁ

ଚଣ୍ଡିଗଡ଼,୪।୪: ରାଜ୍ୟ ରାଜଧାନୀ ଚଣ୍ଡିଗଡ଼କୁ ନେଇ ପଞ୍ଜାବ ଏବଂ ହରିୟାଣା ସରକାର ଏବେ ମୁହଁ।ମୁହିଁ ହୋଇଛନ୍ତି। ଚଣ୍ଡିଗଡ଼କୁ ପଞ୍ଜାବକୁ ହସ୍ତାନ୍ତର କରାଯାଉ ଦାବି କରି ସେଠାର ଆମ୍‌ ଆଦ୍‌ମୀ ପାର୍ଟି ସରକାର ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇଥିଲେ। ଏହା ପରେ ହରିୟାଣାର ଭାଜପା ସରକାର ମଧ୍ୟ ୫ ତାରିଖରେ ଏଥିପାଇଁ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଡାକିଛନ୍ତି। ଚଣ୍ଡିଗଡ଼ ସମେତ ହିନ୍ଦୀ ଭାଷାଭାଷୀ ଅଞ୍ଚଳ ହରିୟାଣାକୁ ହସ୍ତାନ୍ତର କରିବା ଲାଗି ଦୀର୍ଘଦିନର ଦାବିକୁ ସେମାନେ ପୁଣିଥରେ ଉଠାଇଛନ୍ତି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାରଙ୍କ ବାସଭବନରେ କ୍ୟାବିନେଟ ବୈଠକ ବସି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ନିଷ୍ପତ୍ତି ହୋଇଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଏହି ଅଧିବେଶନ ବସିବ। ପଞ୍ଜାବ ଚଣ୍ଡିଗଡ଼କୁ ନେବା ଲାଗି ପ୍ରସ୍ତାବ ଗୃହୀତ କରାଇବାରେ ହରିୟାଣା ସରକାର ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏଭଳି ଦାବି କରିବା ପୂର୍ବରୁ ପଞ୍ଜାବ ସରକାର ସମସ୍ତ ଷ୍ଟେକ୍‌ହୋଲ୍ଡରଙ୍କ ମତ ନେବା ଆବଶ୍ୟକ ଥିଲା ବୋଲି ଖଟ୍ଟାର କହିଛନ୍ତି। ଇତିମଧ୍ୟରେ ହରିୟାଣା ଗୃହମନ୍ତ୍ରୀ ଅନିଲ ଭିଜ୍‌ ପଞ୍ଜାବ ସରକାରଙ୍କ ଉଦ୍ୟମକୁ ସମାଲୋଚନା କରିବା ସହ ଆମ୍‌ ଆଦ୍‌ମୀ ପାର୍ଟିକୁ ଏକ ‘ବଚ୍ଚା ପାର୍ଟି’ ବୋଲି କହିଛନ୍ତି। ଏହା ଏକ ପିଲାଳିଆ ଦଳ, ଦୁଇ ରାଜ୍ୟ ମଧ୍ୟରେ ରହିଥିବା ପ୍ରକୃତ ପ୍ରସଙ୍ଗ ସମ୍ପର୍କରେ ଏହି ଦଳ ଅବଗତ ନୁହେଁ ବୋଲି ଭିଜ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri