ମାଛ ପାଇଁ ପାପୁଲି ଛିଣ୍ଡିଲା

ବୌଦ୍ଧ,୩୦।୩(ସ୍ବ.ପ୍ର.): ବୌଦ୍ଧ ସହରର ମହାନଦୀ ଘାଟରେ ମଙ୍ଗଳବାର ଡିନାମାଇଟ୍‌ ଫୁଟାଇ ମାଛ ମାରିବା ଜଣେ ଯୁବକଙ୍କ ପାଇଁ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି। ଡିନାମାଇଟ୍‌ ହଠାତ୍‌ ଫୁଟି ଯିବାରୁ ଯୁବକଙ୍କ ହାତ ପାପୁଲି ଛିଣ୍ଡିଯାଇଛି। ଆହତ ଯୁବକ ହେଲେ ସୁରଥ ଭୋକ୍ତା (୪୦)। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ବୌଦ୍ଧ ଥାନା ଅନ୍ତର୍ଗତ ଲାଣ୍ଡିବନ୍ଧ ଗ୍ରାମର ସୁରଥ ଜଣେ ଗାଡି ଚାଳକ। ମଙ୍ଗଳବାର ସେ କାମକୁ ନ ଯାଇ କେତେଜଣ ସାଙ୍ଗଙ୍କ ସହ ମାଛ ମାରିବାକୁ ମହାନଦୀର ହନୁମାନ ଘାଟକୁ ଯାଇଥିଲେ। ମାଛ ମାରିବା ପାଇଁ ସେ ଏକ ଡିନାମାଇଟ୍‌ରେ ନିଆଁ ଲଗାଇ ପାଣିରେ ପକାଇଥିଲେ। କିନ୍ତୁ ଡିନାମାଇଟଟି ଫୁଟି ନ ଥିଲା। ଫଳରେ ସୁରଥ ପୁନର୍ବାର ଆଉ ଏକ ଡିନାମାଇଟ୍‌ରେ ନିଆଁ ଲଗାଇ ପାଣିରେ ପକାଇଥିଲେ। ଡିନାମାଇଟ ପାଣିରେ ଫୁଟିବା ପରେ ସେ ମାଛ ଧରିବାକୁ ପାଣିରେ ପଶିଥିଲେ। ମାଛ ଧରୁଥିବା ବେଳେ ପାଣିରେ ପକାଇଥିବା ପ୍ରଥମ ଡିନାମାଇଟ ଫୁଟି ଯିବାରୁ ସୁରଥଙ୍କ ଡାହାଣ ହାତ ପାପୁଲି ଛିଣ୍ଡିବା ସହ ମୁହଁ ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣା ଘଟିବା ପରେ ସୁରଥଙ୍କ ଅନ୍ୟ ସାଙ୍ଗମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ବୌଦ୍ଧ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରକାଶଥାଉ କି , ଏକଦା ବୌଦ୍ଧ ସହର ଦେଇ ଯାଇଥିବା ମହାନଦୀର ଚିଙ୍ଗୁଡ଼ି ଓ ଅନ୍ୟ ମାଛର ବହୁ ଚାହିଦା ରହିଥିଲା। କିନ୍ତୁ ଏବେ ମହାନଦୀ ଶୁଖିଲା ପଡିଛି। ଯାହା ମାଛ ଅଛି ତାକୁ ଅଧିକାଂଶ ସମୟରେ ଡିନାମାଇଟ୍‌ କିମ୍ବା ରାସାୟନିକ ଦ୍ରବ୍ୟ ପକାଇ ଧରାଯାଉ ଥିବାରୁ ମାଛ ବଂଶ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ପ୍ରଶାସନର ଏଥିପ୍ରତି ନିଘା ନାହିଁ। ଯଦି କିଛି ଦୁର୍ଘଟଣା ଘଟୁଛି ପୋଲିସ କେସ କରି ଚୁପ ହୋଇ ବସୁଛି। ପ୍ରଶାସନ ପକ୍ଷରୁ ଏ ଦିଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri