ଜମିପଟ୍ଟା ପାଇଁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବରପାଲି,୨୦।୯(ଡି.ଏନ.ଏ.): ବରପାଲି ଏନ୍‌ଏସି ୱାର୍ଡ ନଂ. ୩ ଅଧୀନ କାଇଁଶିର ରୋଡ୍‌, ବେହେରାପଡା ଓ ଗୋପାଇପାଲି ମେନ୍‌ ରୋଡ୍‌ରେ ବାସ କରୁଥିବା କିଛି ଲୋକ ଜମିପଟ୍ଟା ପାଇନାହାନ୍ତି। ଫଳରେ ସେମାନଙ୍କୁ ଜମିପଟ୍ଟା ପ୍ରଦାନ ଦାବି କରି ସୋମବାର ଉକ୍ତ ଲୋକମାନେ ସ୍ଥାନୀୟ ତହସିଲଦାରଙ୍କୁ ଏକ ଦାବିପତ୍ର ଦେଇଛନ୍ତି।
ବରପାଲି ୱାର୍ଡ ନଂ. ୩ର ପ୍ରାୟ ୪୦ ଜଣ ଭୂମିହୀନ ବସ୍ତିବାସିନ୍ଦା ଓ ଗୋପାଇପାଲି ମେନ ରୋଡ଼ ପାର୍ଶ୍ୱରେ ରହୁଥୁବା ଭୂମିହୀନମାନ ସରକାରଙ୍କ ଜାଗା ମିଶନ ଯୋଜନାରେ ଜମିପଟ୍ଟା ପାଇଁ ଆବେଦନ କରିଥିଲେ। ଡ୍ରୋନ ସହାୟତାରେ ଚିହ୍ନଟ କରି ସେମାନଙ୍କୁ ଉଚିତ ହିତାଧିକାରୀ ବୋଲି ପ୍ରମାଣପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା। ସେମାନଙ୍କ ନାମରେ ରାସନ କାର୍ଡ ରହିଛି। ପାଇଖାନା ତିଆରି କରିବା ପାଇଁ ବରପାଲି ଏନ୍‌ଏସିରୁ ଏହି ବସ୍ତିବାସୀଙ୍କ ନାମରେ ୱାର୍କ ଅର୍ଡର ମଧ୍ୟ ଆସିଛି । କିନ୍ତୁ ବର୍ତ୍ତମାନ ସେମାନଙ୍କୁ ଗ୍ରାମାଞ୍ଚଳର ବାସିନ୍ଦା କହି ପଟ୍ଟାଦେବା ପାଇଁ ମନା କରାଯିବାରୁ ହିତାଧିକାରୀମାନେ ସ୍ଥାନୀୟ ଏନ୍‌ଏସି ଅଧିକାରୀଙ୍କୁ ଏ ସମ୍ପର୍କରେ ଗତ ୧୩ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ସେହିପରି ପୂର୍ବରୁ ଗୋପାଇପାଲି ରାସ୍ତା କଡରେ ବସବାସ କରୁଥିବା ଲୋକଙ୍କୁ ସ୍ଥାୟୀ ପଟ୍ଟା ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ ତାର କୋଣସି ସମାଧାନ ହୋଇନାହିଁ। ଫଳରେ ଜିଲା ଯୁବ କଂଗ୍ରେସ ସଭାପତି ଅଭିଷେକ ସେଠଙ୍କ ନେତୃତ୍ୱରେ ସମସ୍ତ ହିତାଧିକାରୀ ତହସିଲଦାରଙ୍କୁ ଭେଟି ଜମିପଟ୍ଟା ପ୍ରଦାନ ପାଇଁ ଦାବି କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ଅକ୍ଷୟ କୁମାର ବାଘଙ୍କୁ ପଚାରିବାରୁ ବସ୍ତିବାସୀଙ୍କ ଦାବି ନେଇ ଜିଲାପାଳ ଓ ଏନ୍‌ଏସି କାର୍ଯ୍ୟନିବାହୀ ଅଧିକାରୀଙ୍କୁ ଜଣାଇବି ଏବଂ ଯେତେ ଶୀଘ୍ର ହେବ ତାର ସମାଧାନ କରିବି ବୋଲି ପ୍ରତିଶ୍ରୁତି ଦେଇଥିଲେ।
ତହସିଲଦାରଙ୍କୁ ଦାବିପତ୍ର ଦେବାକୁ ଆସିଥିବା ହିତାଧିକାରୀବୃନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri