Posted inଜାତୀୟ

ରାଜନୈତିକ ସ୍ବାର୍ଥ ପାଇଁ ଭାରତ ଯୋଡ ଯାତ୍ରାରେ ଛୋଟପିଲା ସାମିଲ, ଏନସିପିସିଆର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଦାବି…

ନୂଆଦିଲ୍ଲୀ, ୧୩।୯ : ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଏନସିପିସିଆର) ପକ୍ଷରୁ ନିର୍ବାଚନ ଆୟୋଗଙ୍କ ନକଟରେ କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ କରିଛି। କଂଗ୍ରେସର ଭାରତ ଯୋଡ ଯାତ୍ରା ସମୟରେ ପିଲାମାନଙ୍କୁ ରାଜନୈତିକ ସ୍ବାର୍ଥ ପାଇଁ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଛି ବୋଲି ଏନସିପିସିଆର କହିଛି। ଏହି ପ୍ରସଙ୍ଗରେ କଂଗ୍ରେସ ଏବଂ ଏହାର ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ଏବଂ ସମଗ୍ର ଘଟଣାର ତଦନ୍ତ କରାଯାଉ ବୋଲି ଏନସିପିସିଆର ଦାବି କରିଛି।

ରାହୁଲ ଗାନ୍ଧୀ ଏବଂ ଜବାହର ବାଲ ମଞ୍ଚ ପିଲାମାନଙ୍କୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଛନ୍ତି ଏବଂ ସେମାନଙ୍କୁ ରାଜନୈତିକ କାର୍ଯ୍ୟକଳାପରେ ଜଡିତ କରୁଛନ୍ତି ବୋଲି ଏନସିପିସିଆର ଏକ ଅଭିଯୋଗ ଦାଖଲ କରିଛି। ସୋସିଆଲ ମିଡିଆରେ ଚିନ୍ତା ସୃ୍ଯଯି କରୁଥିବା ଏଭଳି ଅନେକ ଫଟୋ ଏବଂ ଭିଡିଓ ରହିଛି। ଯେଉଁଥିରେ ଭାରତ ଯୋଡ ଯାତ୍ରାରେ, ଶିଶୁ ଯୋଡ ସ୍ଲୋଗାନରେ ପିଲାମାନଙ୍କୁ ଯାତ୍ରାରେ ସାମିଲ କରାଯିବାକୁ କୁହାଯାଉଛି।

ଏନସିପିସିଆର ଅଭିଯୋଗ କରିଛି ଯେ ଏହା ନିର୍ବାଚନ ଆୟୋଗଙ୍କ ନିୟମର ଉଲ୍ଲଂଘନ କରୁଛି । ଯେଉଁଥିରେ କେବଳ ବୟସ୍କମାନେ ଏକ ରାଜନୈତିକ ଦଳର ଅଂଶ ହୋଇପାରିବେ ବୋଲି ସୂଚିତ ହୋଇଛି। ଏନସିପିସିଆର ନିର୍ବାଚନ ଆୟୋଗଙ୍କୁ ଲେଖିଥିବା ଏକ ପତ୍ରରେ କହିଛି ଯେ ଏହା ଶିଶୁଙ୍କର ଅଧିକାରର ଉଲ୍ଲଂଘନ। ଏକ ରାଜନୈତିକ ଏଜେଣ୍ଡା ପୂରଣ କରିବା ପାଇଁ ପିଲାମାନଙ୍କର ବ୍ୟବହାର ହେଉଛି ଶିଶୁ ନିର୍ଯାତନା, ଯାହା ସେମାନଙ୍କର ମାନସିକ ସ୍ବାସ୍ଥ୍ୟ ଉପରେ ଦୀର୍ଘକାଳୀନ ପ୍ରଭାବ ପକାଇପାରେ। ଏହା ଭାରତୀୟ ସମ୍ବିଧାନର ଧାରା ୨୧ର ବିରୁଦ୍ଧ ଅଟେ।

ତେଣୁ, ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବା ସହ ଅଭିଯୋଗରେ ଉଲ୍ଲେଖ କରାଯାଇଥିବା ରାଜନୈତିକ ଦଳ ତଥା ଏହାର ସଦସ୍ୟଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରାଯାଉଛି ବୋଲି ଏନସିପିସିଆର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri