Posted inଜାତୀୟ

ଆନ୍ଦୋଳନକାରୀଙ୍କୁ ଚାକିରି, ପାସପୋର୍ଟ ମିଳିବା କଷ୍ଟକର

ଡେରାଡୁନ/ପାଟନା, ୬ା୨- ସୋସିଆଲ ମିଡିଆରେ ଦେଶ ବିରୋଧୀ କମେଣ୍ଟ କିମ୍ବା ହାସ୍‌ଟ୍ୟାଗ ବ୍ୟବହାର କଲେ ଉତ୍ତରାଖଣ୍ଡ ଓ ବିହାରରେ ପାସପୋର୍ଟ ଓ ଅସ୍ତ୍ରଶସ୍ତ୍ର ପାଇଁ ଲାଇସେନ୍ସ ନେବା କଷ୍ଟକର ହେବ। କେବଳ ଏତିକି ନୁହେଁ, ବ୍ୟାଙ୍କରୁ ଋଣ ମିଳିବ ନାହିଁ। ସରକାରୀ ଚାକିରି ଓ ବିହାରରେ ଅନ୍ୟ ସଂସ୍ଥାରେ ଯୋଗ ଦେଇ ପାରିବେ ନାହିଁ। ଏ ସମ୍ପର୍କରେ ଦୁଇ ରାଜ୍ୟର ପୋଲିସ ମୁଖ୍ୟ ନିର୍ଦ୍ଦେଶ ଜାରି କରିଛନ୍ତି।

ଡେରାଡୁନଠାରେ ପୋଲିସ ଅଧିକାରୀଙ୍କ ଖବରଦାତା ସମ୍ମିଳନୀରେ ଡିଜିପି ଅଶୋକ କୁମାର କହିଛନ୍ତି, ସୋସିଆଲ ମିଡିଆରେ ଅସାମାଜିକ ଓ ଦେଶ ବିରୋଧି କାର୍ଯ୍ୟରେ ଲିପ୍ତ ଥିବା ୟୁଜର୍ସଙ୍କ ତଥ୍ୟ ଷ୍ଟୋର କରାଯିବ। ଏହାକୁ ସେମାନଙ୍କ ମଧ୍ୟରୁ କେହି ପାସପୋର୍ଟ କିମ୍ବା ଅସ୍ତ୍ର ଲାଇସେନ୍ସ ପାଇଁ ଆବେଦନ କଲେ ପୋଲିସ ଭେରିଫିକେଶନରେ ବ୍ୟବହାର କରାଯିବ।

ଉତ୍ତରାଖଣ୍ଡ ପୋଲିସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, କେବଳ ଦେଶ ବିରୋଧିମାନେ ଏହି ନିଷ୍ପତ୍ତି ଦ୍ୱାରା ପ୍ରଭାବିତ ହେବେ। ଉତ୍ତରାଖଣ୍ଡରେ ସମାନ ନିଷ୍ପତ୍ତି ସମ୍ପର୍କରେ ଘୋଷଣା ହେବାର ଗୋଟିଏ ଦିନ ପୂର୍ବରୁ ଦିଲ୍ଲୀ ସୀମାରେ ଚାଲିଥିବା ଆନ୍ଦୋଳନ ଉପରେ ନଜର ରଖାଯିବ ବୋଲି ବିହାର ଡିଜିପି ଏସ୍‌.କେ. ସିଙ୍ଘାଲ ନିର୍ଦ୍ଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri