ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

କଳିଙ୍ଗନଗର,୨୨।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଚୋରଦା-ଡୁବୁରୀ ୬ ଚକିଆ ରାସ୍ତା ନିର୍ମାଣ ପାଇଁ ସୋମବାରଠାରୁ ଦାନଗଦୀ ବଜାରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ପ୍ରଥମେ ମାନପୁର ଓଭର ବ୍ରିଜ ନିକଟରୁ ଗୋଟିଏ ପଟ ଉଚ୍ଛେଦ କରାଯାଇଥିଲା। ସିଙ୍ଗାଗାଡିଆରେ ଦୋକାନ ଘର ଭାଙ୍ଗିବା ପରେ ସୁକିନ୍ଦା ବିଧାୟକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଦଳୀୟ କାର୍ଯ୍ୟାଳୟର ମୁଖ୍ୟ ଫାଟକ ସମେତ ଏକ ଛାତ ଘରକୁ ଭଙ୍ଗା ଯାଇଥିଲା। ପରେ ଦାନଗଦୀ ବଜାର ଆଡକୁ ଏହି ଅଭିଯାନ ମାଡି ଚାଲିଥିଲା। ଡ.ହେମନ୍ତ ସାହୁ, ପ୍ରେମ ପଟ୍ଟନାୟକ, ଭରତ ସାମଲଙ୍କ ଘର ଭଙ୍ଗା ଯାଇଥିଲା। ଉଚ୍ଛେଦ ପୂର୍ବରୁ କେତେଜଣ ଦୋକାନୀ ନିଜ ଜିନିଷ ପତ୍ର ବାହାର କରି ନ ଥିବାରୁ ସମୟ ଦେବାକୁ ଦାବି କରିଥିଲେ। ହେଲେ ଉଚ୍ଛେଦ ପ୍ରକ୍ରିୟା ବନ୍ଦ କରା ନ ଯିବାରୁ ସେଠାରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତହସିଲଦାର ସେମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।ମାଜିଷ୍ଟେଟ୍‌ ଭାବେ ଦାନଗଦୀ ତହସିଲଦାର ନମ୍ରତା ମୋଦି, ଅତିରିକ୍ତ ତହସିଲଦାର ନାରାୟଣ ଚନ୍ଦ୍ର ଦୀକ୍ଷିତ, ଯାଜପୁର ରୋଡ ଥାନା ସବ୍‌ଇନ୍‌ପେକ୍ଟର ପବିତ୍ର ମହାରଣା ଓ ମନୋଜ କୁମାର ବାରା,ଏଏସ୍‌ଆଇ ସୁବାସ ଚନ୍ଦ୍ର ଦାସ, କୋରେଇ ଥାନା ଅଧିକାରୀ ରଞ୍ଜିତ କୁମାର ମହାନ୍ତି, ଦାନଗଦୀ ଫାଣ୍ଡି ଏଏସ୍‌ଆଇ ମନୋରଞ୍ଜନ ନାୟକଙ୍କ ସମେତ ୧୦ରୁ ଊର୍ଦ୍ଧ୍ୱ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri