ସୁନିଦ୍ରା ପାଇଁ

ଦିନତମାମ ପରିଶ୍ରମ ଅନୁସାରେ ଆମକୁ ବିଶ୍ରାମର ଆବଶ୍ୟକତା ରହିଛି। ତେଣୁ ଜଣେ ବ୍ୟକ୍ତି ରାତିରେ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ନିହାତି ଦରକାର। ହେଲେ ଅନେକ ଏପରି ସମୟ ନିର୍ଘଣ୍ଟକୁ ଅନୁସରଣ କରିପାରି ନ ଥା’ନ୍ତି। ତେବେ ଏପରି କେତେକ ଖାଦ୍ୟ ରହିଛି, ଯାହା ସୁନିଦ୍ରା ପାଇଁ ସହାୟକ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଚେରି : ଏହି ସୁସ୍ବାଦୁ ଫଳ ଆମକୁ ସୁନିଦ୍ରା ପାଇଁ ସାହାଯ୍ୟ କରିଥାଏ। ଚେରିରେ ମେଲାଟୋନିନ୍‌ ଭରପୂର ଭାବରେ ଥାଏ। ଏହା ଶରୀରର ଆଭ୍ୟନ୍ତରୀଣ ପ୍ରକ୍ରିୟା ନିୟନ୍ତ୍ରଣ କରିବା ସହ ନିଦ ଆସିବାରେ ସାହାଯ୍ୟ କରେ। ଚେରି ଜୁସ୍‌ ମଧ୍ୟ ଏ କ୍ଷେତ୍ରରେ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏକ ଗବେଷଣାରୁ ଜାଣିପାରିଛନ୍ତି।
ଆଲ୍‌ମଣ୍ଡ : ଭଲ ନିଦ ପାଇଁ ଆଲ୍‌ମଣ୍ଡକୁ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ। ଏଥିରେ ଥିବା ମ୍ୟାଗ୍ନେସିୟମ ଭଲ ନିଦ ହେବାରେ ସାହାଯ୍ୟ କରେ। ଅନ୍ୟପକ୍ଷରେ ଏଥିରେ ଆଣ୍ଟି ଷ୍ଟ୍ରେସ୍‌ ଗୁଣ ଅଛି। ନିଜର ବ୍ରେକଫାଷ୍ଟରେ ଆଲ୍‌ମଣ୍ଡକୁ ସାମିଲ କରନ୍ତୁ। କ୍ଷୀର ପିଇବା ସମୟରେ ଖାଲି କ୍ଷୀର ନ ପିଇ ବାଦାମ କ୍ଷୀର ପିଅନ୍ତୁ।
ଓଟସ୍‌: ଓଟସ୍‌ରେ ପୋଟାସିୟମ ସହ ଭରପୂର ମାତ୍ରାରେ ମ୍ୟାଗ୍ନେସିୟମ ରହିଛି। ଏହାକୁ ନିୟମିତ ଖାଇଲେ ତାହା ନିଦ୍ରାହୀନତା ସମସ୍ୟାକୁ କେତେକାଂଶରେ ଦୂର କରିଥାଏ। ଏହାସହ ଓଟସ୍‌ରେ ଟ୍ରାଇପଟୋଫୋନ୍‌ ନାମକ ତତ୍ତ୍ୱ ରହିଛି, ଯାହା ଭଲ ନିଦ ହେବାରେ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri