ଏହି ଅଭିନେତ୍ରୀଙ୍କୁ କଳା ରଙ୍ଗ ପାଇଁ ଚିଡ଼ାଉଥିଲେ ଲୋକେ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁଙ୍କ ଆଜି ଜନ୍ମଦିନ। ସେ ୭ ଜାନୁୟାରୀ ୧୯୭୮ରେ ନୂଆଦିଲ୍ଲୀରେ ଏକ ହିନ୍ଦୁ ବଙ୍ଗଳା ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ବିପାଶା ଫିଲ୍ମ ‘ଅଜନବି’ରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହିଥାନ୍ତି। ଆଜି ତାଙ୍କ ଜନ୍ମଦିନରେ ଜାଣନ୍ତୁ ତାଙ୍କ ସମ୍ପର୍କିିତ କିଛି କଥା। ପିଲାବେଳେ ତାଙ୍କୁ କେହି ଭଲ ପାଉ ନ ଥିଲେ। ତାଙ୍କ କଳା ରଙ୍ଗ ଓ ମୋଟାପଣ ପାଇଁ ସାଙ୍ଗମାନେ ତାଙ୍କୁ ଚିଡାଉଥିଲେ।

ଏକଦା ବିପାଶା କହିଥିଲେ, ଯେତେବେଳେ ସେ ସୁପରମଡେଲ ପ୍ରତିଯୋଗିତାରେ ଜିତିଥିଲେ। ପ୍ରତ୍ୟେକ ଖବରକାଗଜରେ ଏହି ଖବର ପ୍ରକାଶିତ ହୋଇଥିଲା ଯେ କୋଲକାତାର କଳା ଝିଅ ବିଜେତା। କେହି ମୋର ପ୍ରତିଭାକୁ ଦେଖି ନ ଥିଲେ। ଏପରିକି ମୋ ଘରେ ମୋର କଳା ରଙ୍ଗ ବିଷୟରେ ଆଲୋଚନା କରାଯାଉଥିଲା। ଏଥିପାଇଁ ମୋତେ ବାକି ଅଭିନେତ୍ରୀମାନଙ୍କଠାରୁ ଭିନ୍ନ ବିବେଚନା କରାଯାଉଥିଲା। ଏହି ସମୟ ମଧ୍ୟରେ ମୁଁ ତ୍ୱଚାର ଯତ୍ନ ପାଇଁ ଅନେକ ଅଫର ପାଇଲି। କିନ୍ତୁ ମୁଁ ଏହାକୁ ସର୍ବଦା ପ୍ରତ୍ୟାଖ୍ୟାନ କରିଥିଲି ।

ପୂର୍ବରୁ ଅଭିନେତା ଡିନୋ ମୋରିଆଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା, ପରେ ସେ ଜନ ଆବ୍ରାହମଙ୍କ ସହ ଦୀର୍ଘ ଦିନ ଧରି ସମ୍ପର୍କ ରଖିଥିଲେ। ପ୍ରାୟ ୯ ବର୍ଷ ପରେ ସେମାନଙ୍କ ସମ୍ପର୍କ ଭାଙ୍ଗି ଯାଇଥିଲା। କିଛି ବର୍ଷ ପରେ, ସେ ହରମନ ବାବେଜାଙ୍କୁ ଡେଟ କରିଥିଲେ ଏବଂ ଶେଷରେ ଟିଭି ଅଭିନେତା କରଣ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ।

ସେ ତ‘ଅଜନବି’ ପାଇଁ ଫିଲ୍ମଫେୟାର ପୁରସ୍କାର ଗ୍ରହଣ କରିଥିଲେ। ପରେ ସେ ସୁପରହିଟ ହରର ଫିଲ୍ମ ‘ରାଜ’ (୨୦୦୨) ରେ କାମ କରିଥିଲେ। ଏହି ଫିଲ୍ମ ତାଙ୍କ କ୍ୟାରିୟରର ମୋଡ଼ ନେଇଥିଲା। ପରେ ବିପାଶା ସମାନ ଧରଣର ଅନେକ ଚଳଚ୍ଚିତ୍ର କରିଥିଲେ । ଆଜି ବି ବିପାଶା ଭୂତ ଚଳଚ୍ଚିତ୍ର ପାଇଁ ପ୍ରଥମ ପସନ୍ଦ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri