ତାରାତାରିଣୀ ପୀଠର ବିକାଶ ଲାଗି ହଟିଲା ଜବରଦଖଲ

ପୁରୁଷୋତ୍ତମପୁର,୧୧।୮(ସୀମାଞ୍ଚଳ ମିଶ୍ର): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଜନସାଧାରଣଙ୍କ ସୁବିଧା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ଉନ୍ନତୀକରଣ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଗେଟରୁ ମନ୍ଦିର ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ ସହ ଚାରି ଥାକିଆ ରାସ୍ତା ନିର୍ମାଣ ନେଇ କାର୍ଯ୍ୟ ଚାଲୁ ରହିଛି । ହେଲେ ରାସ୍ତାରେ ଜବରଦଖଲ ଦୋକାନ ଉଚ୍ଛେଦ ଲାଗି ପୂର୍ବରୁ ନୋଟିସ ଦିଆଯାଇ ୩୦ ଦିନ ସମୟ ଦିଆଯାଇଥିଲା । ମାତ୍ର ଏହି ସମୟରେ କିଛି ଦୋକାନୀ ହଟିଯାଇଥିବା ବେଳେ କେତେକେ ଜବରଦଖଲ କରି ରହିଥିଲେ।

ଫଳରେ ପୂର୍ତ୍ତ ବିଭାଗ ପକ୍ଷରୁ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକଠାରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ପୁରୁଷୋତ୍ତମପୁର ତହସିଲଦାର ସନ୍ତୋଷ କୁମାର ସାହୁ ଓ ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଶୁକ୍ରବାର ପୂର୍ତ୍ତ ବିଭାଗ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ୭ କିଲୋମିଟର ରାସ୍ତା ପାଇଁ ୧୨ କୋଟି ୯୪ ଟଙ୍କା ବ୍ୟୟ ବରାଦ କରାଯାଇଛି । ଗତବର୍ଷଠାରୁ ରାସ୍ତାର କାର୍ଯ୍ୟ ଜାରି ରହିଛି । ରାସ୍ତା କାମର ଅବଧି ଶେଷ ହୋଇଥିବା ବେଳେ ଜବରଦଖଲ ଉଚ୍ଛେଦ ହୋଇ ନ ଥିବା ଯୋଗୁ କାମ ବିଳମ୍ବ ହୋଇଛି। ବର୍ତ୍ତମାନ ଜବରଦଖଲ ଉଚ୍ଛେଦ ହୋଇଥିବା ବେଳେ ଖୁବ୍‌ ଶୀଘ୍ର ରାସ୍ତା କାମ ଶେଷ ହେବ ବୋଲି କହିଛନ୍ତି ବିଭାଗୀୟ ଅଧିକାରୀ । ଗତ ବର୍ଷ ମେ ୧୮ ତାରିଖରେ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖମନ୍ତ୍ରୀ ଯୋଗଦେଇ ପର୍ଯ୍ୟଟକଙ୍କ ଲାଗି ୨୯ କୋଟି ୭୫ ଲକ୍ଷ ୬୦ ହଜାର ଟଙ୍କା ଖର୍ଚ୍ଚରେ ମନ୍ଦିର ପାର୍ଶ୍ୱବର୍ତ୍ତୀ ଋଷିକୁଲ୍ୟା ନଦୀ ତଟର ଉନ୍ନତୀକରଣ, ରାସ୍ତା ନିର୍ମାଣ, ବିଭିନ୍ନ କାର୍ଯ୍ୟ ଲାଗି ସାଧାରଣ ସଭାରେ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri