ପ୍ରଥମଥର ପାଇଁ ସ୍ବାଭିମାନ ଅଞ୍ଚଳବାସୀ ପାଇଲେ ମୋବାଇଲ ସେବା

ଚିତ୍ରକୋଣ୍ଡା,୭ା୯(ଡି.ଏନ୍‌.ଏ.): ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୮ଟି ପଞ୍ଚାୟତ ଯଥା ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ, ଗାଜୁଲୁମାମୁଡି, ରାଲେଗା ଧୂଳିପୁଟ ଓ ପାପରମେଟଲା ସମେତ ବଡ଼ପଦରର ବହୁ ଗ୍ରାମ ଆଧୁନିକ ସଭ୍ୟତାଠାରୁ ବହୁ ଦୂରରେ ଥାଇ ଦଶନ୍ଧି ଦଶନ୍ଧି ଧରି ମୋବାଇଲ ଟାଓ୍ବାର ଓ ନେଟ୍‌ଓ୍ବାର୍କଠାରୁ ବଞ୍ଚିତ ରହି ଆସୁଥିଲେ। ଦୀର୍ଘଦିନର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଉଦ୍ୟମରେ ରବିବାର ଅପରାହ୍ନରୁ ଏୟାରଟେଲର ଏକ ଟାଓ୍ବାର ବସିଛି। ଫଳରେ ଉକ୍ତ ଅଞ୍ଚଳରେ ୨ଜି ଓ ୪ଜି ଚାଲୁଥିବାର ଦେଖିବାକୁ ମିଳିଛି। ଆଗରୁ ଉକ୍ତ ଅଞ୍ଚଳର ପିଲାମାନେ ନେଟ୍‌ଓ୍ବାର୍କ ଆସୁ ନ ଥିବାରୁ ପାଠପଢ଼ାରେ ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଲୋକଙ୍କ ପାଖରେ ଜରୁରିକାଳୀନ ସେବା ମଧ୍ୟ ପହଞ୍ଚି ପାରୁ ନ ଥିଲା। ଏବେ ଏୟାରଟେଲ ନେଟଓ୍ବାର୍କ କାର୍ଯ୍ୟକାରୀ ହେବାରୁ ଅଞ୍ଚଳବାସୀଙ୍କ ମୁହଁରେ ହସ ଫୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri