Posted inଜାତୀୟ

ଇତିହାସରେ ପ୍ରଥମଥର ୪୦୦ରୁ କମ୍‌ ଆସନରେ ଲୋକ ସଭା ନିର୍ବାଚନ ଲଢୁଛି କଂଗ୍ରେସ

ନୂଆଦିଲ୍ଲୀ,୧୫।୪: ଦୀର୍ଘ ସମୟ ଧରି କ୍ଷମତାରେ ରହିଆସିଥିବା ତଥା ଦେଶର ସର୍ବ ପୁରାତନ ଦଳ ହୋଇଥିବା କଂଗ୍ରେସ ଏହାର ନିର୍ବାଚନ ଇତିହାସରେ ସର୍ବନିମ୍ନ ସଂଖ୍ୟକ ଆସନରେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୨୦୧୪ ଲୋକ ସଭା ନିର୍ବାଚନରେ ନିର୍ବାଚନ ଇତିହାସରେ ସର୍ବନିମ୍ନତମ କେବଳ ୪୪ ଜଣ ଏମପିଙ୍କୁ ଲୋକ ସଭାକୁ ପଠାଇଥିବା କଂଗ୍ରେସ ଦଳ ୨୦୨୪ ଲୋକ ସଭା ନିର୍ବାଚନରେ ୩୫୦ରୁ କମ ଲୋକ ସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ।
କଂଗ୍ରେସ ଏପର୍ଯ୍ୟନ୍ତ ୨୬୬ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସ ସହ ଜଡିତ ସୂତ୍ର ଅନୁଯାୟୀ ଏହି ଲୋକ ସଭା ନିର୍ବାଚନରେ ଦଳ ମୋଟ ୩୩୦ ରୁ ୩୪୦ଟି ଆସନରେ ପ୍ରାର୍ଥୀ ଦେବ। ଯଦି ଏହା ଘଟେ, ତେବେ ପ୍ରଥମ ଥର ପାଇଁ କଂଗ୍ରେସ ୪୦୦ ରୁ କମ ଲୋକ ସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ।
୧୯୫୧-୫୨ରେ ପ୍ରଥମ ଲୋକ ସଭା ନିର୍ବାଚନ ଠାରୁ ଆରମ୍ଭ କରି ୨୦୧୯ ବର୍ଷ ପର୍ଯ୍ୟନ୍ତ ଭାରତରେ ଅନୁଷ୍ଠିତ ୧୭ ଲୋକ ସଭା ନିର୍ବାଚନରେ କଂଗ୍ରେସ ୪୦୦ରୁ କମ ଲୋକ ସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିନଥିଲା। ୨୦୦୪ ରେ ସର୍ବନିମ୍ନ ସଂଖ୍ୟକ ଆସନରେ କଂଗ୍ରେସ ଏପର୍ଯ୍ୟନ୍ତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା, ଯେତେବେଳେ ଦଳ ମୋଟ ୪୧୭ ଲୋକ ସଭା ଆସନରେ ପ୍ରାର୍ଥୀ ଦେଇଥିଲା। ଏହା ପରେ ଦଳ ୨୦୦୯ଲୋକ ସଭା ନିର୍ବାଚନରେ ୪୪୦ ପ୍ରାର୍ଥୀ, ୨୦୧୪ ଲୋକ ସଭା ନିର୍ବାଚନରେ ୪୬୩ ପ୍ରାର୍ଥୀ ଏବଂ ୨୦୧୯ ଲୋକ ସଭା ନିର୍ବାଚନରେ ୪୨୧ ଜଣ ପ୍ରାର୍ଥୀ ପ୍ରଦାନ କରିଥିଲେ।
ଗତ ୧୭ ଟି ଲୋକ ସଭା ନିର୍ବାଚନରେ କଂଗ୍ରେସ ୧୯୯୬ ଲୋକ ସଭା ନିର୍ବାଚନରେ ସର୍ବାଧିକ ସଂଖ୍ୟକ ପ୍ରାର୍ଥୀ ଦେଇଥିଲା, ଯେତେବେଳେ କଂଗ୍ରେସ ୫୨୯ଜଣ ପ୍ରାର୍ଥୀ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?