Posted inଜାତୀୟ

ଲିଙ୍ଗ ଅନୁପାତରେ ପ୍ରଥମ ଥର ପାଇଁ ମହିଳା ଆଗରେ…

ନୂଆଦିଲ୍ଲୀ,୨୫।୧୧: ଭାରତର ଜନସଂଖ୍ୟାରେ ପ୍ରଥମ ଥର ପାଇଁ ଲିଙ୍ଗ ଅନୁପାତରେ ମହିଳା ଆଗରେ ରହିଛନ୍ତି। ଦେଶରେ ୧୦୦୦ ଜଣ ପୁରୁଷ ପ୍ରତି ମହିଳାଙ୍କ ସଂଖ୍ୟା ୧୦୨୦କୁ ବୃଦ୍ଧି ପାଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ନୀତି ଆୟୋଗ ସ୍ବାସ୍ଥ୍ୟ ସଦସ୍ୟ ଡାକ୍ତର ବିନୋଦ କୁମାର ପାଲ ଏବଂ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସଚିବ ରାଜେଶ ଭୂଷଣ ୨୦୧୯-୨୧ ପାଇଁ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ତଥ୍ୟପତ୍ର ଏନଏଫଏଚଏସ୍‌-୪୫ ପ୍ରକାଶ କରିଛନ୍ତି। ଏହାପୂର୍ବରୁ, ଏନଏଫଏଚଏସ୍‌-୪ରେ, ୧୦୦୦ ପୁରୁଷ ପ୍ରତି ମହିଳାଙ୍କ ସଂଖ୍ୟା ୯୯୧ ଥିଲା।

ସର୍ଭେର ପ୍ରଥମ ପର୍ଯ୍ୟାୟରେ ଅନ୍ତର୍ଭୁକ୍ତ ୨୨ ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ସମ୍ବନ୍ଧରେ ଏନଏଫଏଚଏସ୍‌-୫ର ଅନୁସନ୍ଧାନ ଡିସେମ୍ବର ୨0୦୨୦ରେ ପ୍ରକାଶ ପାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ସର୍ଭେ କରାଯାଇଥିବା ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଉଛି ଅରୁଣାଚଳ ପ୍ରଦେଶ, ଚଣ୍ଡିଗଡ଼, ଛତିଶଗଡ, ହରିୟାଣା, ଝାଡଖଣ୍ଡ, ମଧ୍ୟପ୍ରଦେଶ, ଦିଲ୍ଲୀ, ଓଡିଶା, ପୁଡୁଚେରୀ, ପଞ୍ଜାବ, ରାଜସ୍ଥାନ, ତାମିଲନାଡୁ, ଉତ୍ତରାଖଣ୍ଡ ଏବଂ ଉତ୍ତରପ୍ରଦେଶ।

ଦେଶର ୭୦୭ ଟି ଜିଲାର ପ୍ରାୟ ୬.୧ ଲକ୍ଷ ନମୁନା ପରିବାରରେ (ମାର୍ଚ୍ଚ ୨୦୧୭ସୁଦ୍ଧା) ଏନଏଫଏଚଏସ୍‌-୫ ସର୍ବେକ୍ଷଣ କାର୍ଯ୍ୟ ସମ୍ପନ୍ନ କରାଯାଇଥିଲା। ଏଥିରେ ୭୨୪,୧୧୫ ମହିଳା ଏବଂ ୧୦୧,୮୩୯ ପୁରୁଷଙ୍କୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri