ପ୍ରଥମ ଥର ରଥରେ ଲାଗିବ ସୋରଡ଼ା କାଠ

ସୋରଡା,୨ା୫(ଡି.ଏନ୍‌.ଏ.): ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା ପାଇଁ ଦକ୍ଷିଣ ଘୁମୁସର ବନଖଣ୍ଡ ସୋରଡା ବନ ବିଭାଗ ଗାଜଲବାଡି ବନାଞ୍ଚଳରୁ ସୋମବାର ୨ଟି ଟ୍ରକରେ ରଥକାଠ ପୁରୀ ଅଭିମୁଖେ ଯାଇଛି। ରଥ ଲାଗି ପ୍ରଥମ ଥର ପୁରୀକୁ କାଠ ଯାଉଥିବାରୁ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ସୋମବାର ସକାଳେ ଗାଜଲବାଡି ପଞ୍ଚାୟତ କର୍ଯ୍ୟାଳୟ ନିକଟରେ ଗ୍ରାମବାସୀ ପୂଜାର୍ଚ୍ଚନା କରି କାଠଗାଡିକୁ ଛାଡିଥିଲେ। ବାଟରେ ଖଜୁରିପଲ୍ଲୀ, ନାହାଗଣ୍ଡା, ଅସୁରବନ୍ଧରେ ମଧ୍ୟ ଗ୍ରାମବାସୀ ଉକ୍ତ ଗାଡିକୁ ପୂଜା କରିଥିଲେ। ଗାଡି ୨ଟି ସୋରଡା ଆସିବା ପରେ ବରାଡିଠାରେ ବିଭିନ୍ନ ଗ୍ରାମର କୀର୍ତ୍ତନ ଦଳ ତାହାକୁ ଏନ୍‌ଏନ୍‌ ରୋଡ, ଗଣି ଛକ, ବସଷ୍ଟାଣ୍ଡ, ବଜାର, ରଥାପଦା, ବଡଦାଣ୍ଡ, ଆଡପମଣ୍ଡପ ପର୍ଯ୍ୟନ୍ତ ନେଇଥିଲେ।

ବିଭିନ୍ନ ସ୍ଥାନରେ ମହିଳାମାନେ ପୂଜାର୍ଚ୍ଚନା କରିବା ସହ ରଥକାଠ ଉପରେ ନୂତନ ବସ୍ତ୍ର ପକାଇଥିଲେ। ପ୍ରାୟ ୩ଘଣ୍ଟା ବିଭିନ୍ନ ବାଦ୍ୟରେ ସହର ପ୍ରକମ୍ପିତ ହୋଇଥିଲା। ଜଗନ୍ନାଥ ମନ୍ଦିର ନିକଟରେ ପରିଚାଳନା କମିଟି ତରଫରୁ ସ୍ବତନ୍ତ୍ର ପୂଜା କରାଯାଇଥିବା ବେଳେ ଗଣିଛକ ଠାରେ ମୁସଲିମ ସମାଜ ତରଫରୁ ଶୋଭାଯାତ୍ରାକୁ ସ୍ବାଗତ କରଯାଇଥିଲା। ସେହିପରି ଏନଏସି କାର୍ଯ୍ୟାଳୟ ଠାରେ କାର୍ଯ୍ୟନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ର, ବି. ସୀମାଞ୍ଚଳ ମଣ୍ଡଳ, ତହସିଲଦାର ପ୍ରଫୁଲ ଡାକୁଆ ଉପସ୍ଥିତ ରହିଥିଲେ। ଆଇଆଇସି ରମେଶ କୁମାର ପ୍ରଧାନ ଓ ଅନ୍ୟ ପୋଲିସ କର୍ମଚାରୀମାନେ ଶୋଭାଯାତ୍ରାକୁ ପରିଚାଳନା କରିଥିଲେ। ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ, ଏନଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡା, ବରିଷ୍ଠ ନାଗରିକ ଭଗବାନ ପଣ୍ଡାଙ୍କ ସମେତ ଶତାଧିକ ଜନସାଧାରଣ ଶୋଭାଯାତ୍ରାରେ ସାମିଲ ହୋଇଥଲେ। ସେହିପରି କରଡାବା, ତତାବାଲି, ସୁରମଣି, ନୂଆଗଡ, ବମୁନଦେଇରେ ମଧ୍ୟ ରଥକାଠକୁ ପୂଜା କରାଯାଇଥିଲା। ପରେ ଟ୍ରକ ୨ଟି ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri