ପ୍ରଥମ ଥର ପାଇଁ ବ୍ୟାଙ୍କକୁ ଗଲା ଭତ୍ତା ଟଙ୍କା

ଗଞ୍ଜାମ,୧୭ା୮(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ସରକାର ବିଭିନ୍ନ ଭତ୍ତା ଆଗୁଆ ୪ ମାସର ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ବର୍ତ୍ତମାନ କରୋନା ସାମାନ୍ୟ ଥମିଥିଲେ ମଧ୍ୟ ଚଳିତ ମାସ ଭତ୍ତା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବା ବ୍ୟବସ୍ଥା କରାଯାଇଥିବା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ କହିଛନ୍ତି। ପ୍ରଥମ ଥର ପାଇଁ ଏହି ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି। ଯେଉଁମାନେ ଆଧାର କାର୍ଡ ଓ ଆକାଉଣ୍ଟ ନମ୍ବର ଦେଇନାହାନ୍ତି ସେମାନଙ୍କ ଘରକୁ ଏନ୍‌ଏସି କର୍ମଚାରୀ ଯାଇ ଭତ୍ତା ଟଙ୍କା ପ୍ରଦାନ କରିବେ ବୋଲି ସେ କହିଛନ୍ତି। କୋଭିଡ୍‌ ମୁକାବିଲାକୁ ସ୍ଥାନୀୟ ପ୍ରଶାସନ ସୂଚାରୁରୂପେ ତୁଲାଇ ଆସିଥିବା ଯୋଗୁ ଏହି ଏନ୍‌ଏସି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି। ଗତ ଜୁନ ୪ ତାରିଖରେ ଏହି ଏନ୍‌ଏସିରେ ପ୍ରଥମ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ବେଳେ ଅଗଷ୍ଟ ଶେଷ ସୁଦ୍ଧା ୫୪ ଜଣ ପଜିଟିଭ୍‌ ଥିବା ଏନ୍‌ଏସି ପ୍ରଶାସନ ପକ୍ଷରୁ କୁହାଯାଇଛି। ସେଥିରୁ ୧୭ ଆକ୍ଟିଭ କେସ୍‌ ଥିବା ବେଳେ ସୁସ୍ଥହାର ୬୬ ପ୍ରତିଶତ ଥିବା ଜଣାପଡ଼ିଛି। ଏଥିପାଇଁ ସ୍ଥାନୀୟ ପ୍ରଶାସନ ତଥା ଏନ୍‌ଏସି ଇଓ ଦାସଙ୍କ ସମେତ ତହସିଲଦାର ଅବନୀ କୁମାର ସାହୁ, ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ ପ୍ରମୁଖ କରୋନା ଯୋଦ୍ଧାଙ୍କ ପାଇଁ ଗଞ୍ଜାମ ସହରରେ କରୋନା ଆକ୍ରାନ୍ତ ସଂଖ୍ୟା ଦୁଇ ଅଙ୍କରେ ସୀମିତ ରହିଥିବା ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?