ପ୍ରଥମ ଥର ବାୟାଣୀ ପୀଠରୁ ବାହାରିବ ମଶାଲଯାତ୍ରା

ଅନୁଗୋଳ ଅଫିସ, ୧୨ ।୩

କଳା, ସଂସ୍କୃତି, ଐତିହ୍ୟ ଏବଂ ଲୋକକଳାର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ଅନୁଗୋଳ ଜିଲାରେ ଆୟୋଜିତ ହେବାକୁ ଯାଉଛି ୯ମ ଜିଲା ମହୋତ୍ସବ। ୫ଦିନ ବ୍ୟାପୀ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଲାଗି ବିଧିବଦ୍ଧ ଭାବେ ଦିନ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବବର୍ଷ ଭଳି ପାଲଲହଡାର ଖୁଲୁଡି, ଆଠମଲ୍ଲିକର ଦେଉଳଝରି, ଟିକରପଡା ଶିବ ମନ୍ଦିର ସହ ଛେଣ୍ଡିପଦାର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣୀଙ୍କ ପୀଠରୁ ପ୍ରଥମଥର ମଶାଲ ଶୋଭାଯାତ୍ରା ବାହାରିବ। ମଶାଲ ଶୋଭାଯାତ୍ରାରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କିତ ସଚେତନତା ସୃଷ୍ଟି ଲାଗି ପ୍ରଜ୍ଞାପନ ରଥ ପରିକ୍ରମା କରିବ। ଚଳିତ ବର୍ଷ ମଧ୍ୟ ବ୍ଲକସ୍ତରୀୟ, ଏନ୍‌ଏସିସ୍ତରୀୟ ମହୋତ୍ସବ କରାଯାଇ ଶ୍ରେଷ୍ଠ ଦଳକୁ ଜିଲା ମହୋତ୍ସବରେ ଅଂଶଗ୍ରହଣ ନିମନ୍ତେ ଚୟନ କରାଯିବ। ଏହି ଅବସରରେ ୫ଦିନ ବ୍ୟାପୀ ପଲ୍ଲିଶ୍ରୀ ମେଳା, ଜିଲା ଉନ୍ନୟନ ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହେବ। ମହୋତ୍ସବର ପ୍ରଥମ ୩ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବାଲୁକା କଳା, ଯୋଗ, ପ୍ରାଣାୟମ, ସାହିତ୍ୟ ମହୋତ୍ସବ, ଚିତ୍ରକଳା ଏବଂ ଅନୁଗୋଳ ଗୌରବ ସମ୍ମାନ ପାଇଁ ବିଭିନ୍ନ କମିଟି ଗଠନ ହେବ।
ମହୋତ୍ସବ ସୁପରିଚାଳନା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଅଗ୍ନିଶମ ବାହିନୀ, ସ୍ବାସ୍ଥ୍ୟ ସେବା ଦଳ, ପୋଲିସ ମୁତୟନ ହେବେ। ପାନୀୟ ଜଳ, ଅସ୍ଥାୟୀ ଶୌଚାଳୟ ବ୍ୟବସ୍ଥା କରାଯିବ। ପରିଚାଳନା କମିଟି, କଳାକାରଙ୍କ ଖାଦ୍ୟପେୟ, ରହଣି, ଯାତାୟାତ ସୁବିଧା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପରବର୍ତ୍ତୀ ବୈଠକରେ ସମସ୍ତଙ୍କ ମତାମତକୁ ନେଇ ଜିଲା ମହୋତ୍ସବ ଏବଂ ମଶାଲ ଶୋଭାଯାତ୍ରା ଲାଗି ଦିନ ଧାର୍ଯ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଜିଲା ସଂସ୍କୃତି ଅଧିକାରୀ ଦୁଃଶାସନ ନାୟକଙ୍କ ସମେତ ଜିଲା ସଂସ୍କୃତି ପରିଷଦର ସଦସ୍ୟମାନେ ଯୋଗ ଦେଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri