ପ୍ରଥମ ଥର ବାୟାଣୀ ପୀଠରୁ ବାହାରିବ ମଶାଲଯାତ୍ରା

ଅନୁଗୋଳ ଅଫିସ, ୧୨ ।୩

କଳା, ସଂସ୍କୃତି, ଐତିହ୍ୟ ଏବଂ ଲୋକକଳାର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ଅନୁଗୋଳ ଜିଲାରେ ଆୟୋଜିତ ହେବାକୁ ଯାଉଛି ୯ମ ଜିଲା ମହୋତ୍ସବ। ୫ଦିନ ବ୍ୟାପୀ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଲାଗି ବିଧିବଦ୍ଧ ଭାବେ ଦିନ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବବର୍ଷ ଭଳି ପାଲଲହଡାର ଖୁଲୁଡି, ଆଠମଲ୍ଲିକର ଦେଉଳଝରି, ଟିକରପଡା ଶିବ ମନ୍ଦିର ସହ ଛେଣ୍ଡିପଦାର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣୀଙ୍କ ପୀଠରୁ ପ୍ରଥମଥର ମଶାଲ ଶୋଭାଯାତ୍ରା ବାହାରିବ। ମଶାଲ ଶୋଭାଯାତ୍ରାରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କିତ ସଚେତନତା ସୃଷ୍ଟି ଲାଗି ପ୍ରଜ୍ଞାପନ ରଥ ପରିକ୍ରମା କରିବ। ଚଳିତ ବର୍ଷ ମଧ୍ୟ ବ୍ଲକସ୍ତରୀୟ, ଏନ୍‌ଏସିସ୍ତରୀୟ ମହୋତ୍ସବ କରାଯାଇ ଶ୍ରେଷ୍ଠ ଦଳକୁ ଜିଲା ମହୋତ୍ସବରେ ଅଂଶଗ୍ରହଣ ନିମନ୍ତେ ଚୟନ କରାଯିବ। ଏହି ଅବସରରେ ୫ଦିନ ବ୍ୟାପୀ ପଲ୍ଲିଶ୍ରୀ ମେଳା, ଜିଲା ଉନ୍ନୟନ ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହେବ। ମହୋତ୍ସବର ପ୍ରଥମ ୩ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବାଲୁକା କଳା, ଯୋଗ, ପ୍ରାଣାୟମ, ସାହିତ୍ୟ ମହୋତ୍ସବ, ଚିତ୍ରକଳା ଏବଂ ଅନୁଗୋଳ ଗୌରବ ସମ୍ମାନ ପାଇଁ ବିଭିନ୍ନ କମିଟି ଗଠନ ହେବ।
ମହୋତ୍ସବ ସୁପରିଚାଳନା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଅଗ୍ନିଶମ ବାହିନୀ, ସ୍ବାସ୍ଥ୍ୟ ସେବା ଦଳ, ପୋଲିସ ମୁତୟନ ହେବେ। ପାନୀୟ ଜଳ, ଅସ୍ଥାୟୀ ଶୌଚାଳୟ ବ୍ୟବସ୍ଥା କରାଯିବ। ପରିଚାଳନା କମିଟି, କଳାକାରଙ୍କ ଖାଦ୍ୟପେୟ, ରହଣି, ଯାତାୟାତ ସୁବିଧା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପରବର୍ତ୍ତୀ ବୈଠକରେ ସମସ୍ତଙ୍କ ମତାମତକୁ ନେଇ ଜିଲା ମହୋତ୍ସବ ଏବଂ ମଶାଲ ଶୋଭାଯାତ୍ରା ଲାଗି ଦିନ ଧାର୍ଯ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଜିଲା ସଂସ୍କୃତି ଅଧିକାରୀ ଦୁଃଶାସନ ନାୟକଙ୍କ ସମେତ ଜିଲା ସଂସ୍କୃତି ପରିଷଦର ସଦସ୍ୟମାନେ ଯୋଗ ଦେଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?