ପ୍ରଥମ ଥର ହେବ ମତ୍ସ୍ୟ-ପ୍ରାଣୀ ସମାବେଶ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି କୃଷକଙ୍କୁ ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି ବିଷୟରେ ସଚେତନ କରାଇବା ପାଇଁ ରାଜ୍ୟ ସରକାର ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୪ ଆୟୋଜନ କରୁଛନ୍ତି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ୱର ଜନତା ମଇଦାନଠାରେ ‘କଲେ ମତ୍ସ୍ୟ- ପ୍ରାଣୀପାଳନ, ଆୟ ହୋଇବ ବହୁଗୁଣ’ ଥିମ୍‌କୁ ନେଇ ଏହି ସମାବେଶ ଆସନ୍ତା ୧୬ରୁ ୧୮ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସମାବେଶରେ ପ୍ରତି ବ୍ଲକ୍‌ରୁ ୨୦ଜଣ ଚାଷୀଙ୍କୁ ମିଶାଇ ୬,୦୦୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଚାଷୀ, ପ୍ରାଣୀପାଳକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ଏବଂ ଉଦ୍ୟୋଗୀ ଯୋଗଦେବେ। ଏହି ଅବସରରେ ପ୍ରାୟ ୨୦୦ ଚାଷୀ ଏବଂ ଉଦ୍ୟୋଗୀଙ୍କୁ ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ସେମାନଙ୍କ ସଫଳତା ପାଇଁ ଚାମ୍ପିୟନ ଭାବେ ପୁରସ୍କୃତ କରାଯିବ। ଶ୍ରେଷ୍ଠ ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ କ୍ଷେତ୍ରର ବିକାଶରେ ଅବଦାନ ପାଇଁ ସମ୍ମାନିତ କରାଯିବ। ରାଜ୍ୟର ୨୪୦୦ ଅଗ୍ରଣୀ କୃଷକ/ଉଦ୍ୟୋଗୀ/ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା, ମତ୍ସ୍ୟ, ପ୍ରାଣୀସମ୍ପଦ ଏବଂ କୃଷି ଉପରେ ୧୨ଟି ଇଣ୍ଟରାକ୍ଟିଭ୍‌ ପ୍ୟାନେଲ୍‌ ଆଲୋଚନାରେ ଅଂଶଗ୍ରହଣ କରିବେ। ଏକ ନୂତନ କାର୍ଯ୍ୟକ୍ରମ ‘ଆସ୍କ୍‌ ଦି ମିନିଷ୍ଟର’ର ପରିକଳ୍ପନା କରାଯାଇଛି। ଏଥିରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ମନ୍ତ୍ରୀ କୃଷକଙ୍କ ବିଭିନ୍ନ ପ୍ରଶ୍ନର ସିଧାସଳଖ ଉତ୍ତର ରଖିବେ। ପ୍ରାୟ ୪୦୦ ଷ୍ଟଲ୍‌ ପଡ଼ିବ। ୨ଟି ଖୋଲା ହ୍ୟାଙ୍ଗରରେ ଜୀବନ୍ତ ପ୍ରାଣୀ ଏବଂ ମତ୍ସ୍ୟ ପ୍ରଦର୍ଶନୀ କରାଯିବ। ସମାବେଶର ଖୋଲା ସ୍ଥାନରେ ପ୍ରଦର୍ଶିତ ହେବାକୁ ଯାଉଥିବା ଯୁବରାଜ ବୋଫାଲୋ ବୁଲ୍‌, ଏଲ୍‌ଇଡି ଟନେଲ୍‌ ଆକ୍ବାରିୟମ୍‌, ଭର୍ଚ୍ଚୁଆଲ ରିଅଲିଟି ଫାର୍ମ ଟୁର୍‌, ଡଗ୍‌ ଶୋ ଆଦି ପର୍ଯ୍ୟଟକଙ୍କୁ ଅଧିକ ଆକର୍ଷିତ କରିବ। ହରିୟାଣାର ‘ବୋଫାଲୋ ବୁଲ୍‌ ଯୁବରାଜ’ ମୁରା ପ୍ରଜାତିର ଏବଂ ଏହା ଓଡ଼ିଶାର ଦୁଗ୍ଧଚାଷୀଙ୍କ ମଧ୍ୟରେ ଉନ୍ନତ ଦୁଗ୍ଧ ଉତ୍ପାଦନ ପାଇଁ ମଇଁଷିଙ୍କ ମୁରା ସହିତ ପ୍ରଜନନ କରିବାକୁ ସଚେତନତା ସୃଷ୍ଟି କରିବ। ୧୬ ତାରିଖ ସକାଳ ୬ଟାରେ ଏକ ୱାକାଥନ୍‌ ଆୟୋଜନ ହେବ। ଏହି ଉପଲକ୍ଷେ ଭେଟେରିନାରି, ଫିଶରିଜ୍‌ ଏବଂ ମ୍ୟାନେଜ୍‌ମେଣ୍ଟ କଲେଜ/ପଲିଟେକ୍‌ନିକ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବକ୍ତବ୍ୟ ଓ କୁଇଜ୍‌ ପ୍ରତିଯୋଗିତା ଆୟୋଜିତ କରାଯାଉଛି। ଏହି ପ୍ରତିଯୋଗିତାର ଶ୍ରେଷ୍ଠ ଛାତ୍ରୀଛାତ୍ରଙ୍କୁ ସମାବେଶରେ ପୁରସ୍କୃତ କରାଯିବ। ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ଏ ନେଇ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି। ସୋମବାର କୃଷି ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ଏହି ସୂଚନା ଦେବା ସହିତ ମତ୍ସ୍ୟ-ପ୍ରାଣୀ ସମାବେଶର ଲୋଗୋ, ମାସ୍କଟ, ଥିମ୍‌ ଏବଂ ଥିମ୍‌ ସଙ୍ଗ୍‌ର ଉନ୍ମୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ ଆଲାମ୍‌, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ରାମାଶିଷ ହାଜରା, ଓମ୍‌ଫେଡ୍‌ ପରିଚାଳନା ନିର୍ଦ୍ଦେଶକ ବିମଳେନ୍ଦୁ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri