Posted inଜାତୀୟ

ଆୟୁର୍ବେଦ କଂଗ୍ରେସରେ ପ୍ରଥମଥର ଡବ୍ଲୁଏଚଓ, ବିଶ୍ୱରେ ହେବ ପରିଚିତ

ନୂଆଦିଲ୍ଲୀ,୮ ।୧୨: ଭାରତରେ ଏକ ବିଶ୍ୱସ୍ତରୀୟ କେନ୍ଦ୍ର ପ୍ରତିଷ୍ଠା କରିବା ପରେ ପାରମ୍ପରିକ ଔଷଧ ପ୍ରତି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ଆଗ୍ରହ ବୃଦ୍ଧି ପାଇଛି । ତେବେ ବିଶ୍ୱ ଆୟୁର୍ବେଦ କଂଗ୍ରେସରେ ପ୍ରଥମଥର ଲାଗି ଡବ୍ଲୁଏଚଓ ଅଂଶଗ୍ରହଣ କରୁଥିବାରୁ ଏଭଳି ଆଗ୍ରହ ବୃଦ୍ଧି ପାଉଥିବା ଅନୁମାନ କରାଯାଉଛି । ସୂଚନାଯୋଗ୍ୟ, ବିଶ୍ୱ ଆୟୁର୍ବେଦ କଂଗ୍ରେସ ଡିସେମ୍ବର ୮ରୁ ୧୨ ପର୍ଯ୍ୟନ୍ତ ଗୋଆର ପଣଜୀରେ ଅନୁଷ୍ଠିତ ହେଉଛି ।
ସୂଚନାଯୋଗ୍ୟ, ୧୧ ଡିସେମ୍ବର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଦେଶର ଆୟୁଷ ଚିକିତ୍ସାକୁ ନେଇ କିଛି ଯୋଜନର ଘୋଷଣା କରିପାରନ୍ତି । ଡବ୍ଲୁଏଚଓ ମଡର୍ନ ମେଡିସିନ ଭଳି ପାରମ୍ପରିକ ଚିକିତ୍ସାକୁ ଏକ ଭିନ୍ନ ପରିଚୟ ଦେବା ଉପରେ ଚର୍ଚ୍ଚା କରିବେ । ଏଥିପାଇଁ ୬ଟି ପୂର୍ଣ୍ଣ ଓ ସମବର୍ତ୍ତି ଅଧିବେଶନ ବ୍ୟତୀତ ଅନ୍ତର୍ଜାତୀୟ ପ୍ରତିନିଧିଙ୍କ ସଭା, ପାରମ୍ପରିକ ଔଷଧ ଉପରେ ଡବ୍ଳୁଏଚଓ କାର୍ଯ୍ୟକ୍ରମ ଓ ଗୁରୁ-ଶିଷ୍ୟ ବୈଠକ ଭଳି କାର୍ଯ୍ୟକ୍ରମ ରଖାଯାଇଛି । ବିଶ୍ୱ କଂଗ୍ରେସରେ ୫୩ଟି ଦେଶର ୪୦ରୁ ଅଧିକ ବିଦେଶୀ ପ୍ରତିନିଧିଙ୍କ ସହିତ ୪,୫୦୦ରୁ ଅଧିକ ପଞ୍ଜିକୃତ ଅଂଶଗ୍ରହଣକାରୀ ଯୋଗଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri