Posted inଜାତୀୟ

ପ୍ରଥମ ଥର ପାଇଁ ମହିଳାଙ୍କୁ ଦିଆଯିବ ଫାଶୀ

ଲକ୍ଷ୍ନୌ,୧୭।୨: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ଉତ୍ତରପ୍ରଦେଶର ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି। ୭ ଜଣ ପରିବାର ସଦସ୍ୟଙ୍କୁ ହତ୍ୟା କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଶବନମ୍‌ଙ୍କୁ ଫାଶୀ ହେବ। ନିର୍ଭୟା କାଣ୍ଡର ଦୋଷୀଙ୍କୁ ଫାଶୀ ଦେଇଥିବା ଘାତକ ପଓ୍ବନଙ୍କୁ ମିରଟରୁ ଡକାଯାଇଛି। ଇତିମଧ୍ୟରେ ପଓ୍ବନ ଦୁଇଥର ଫାଶୀ ମଞ୍ଚ ତଦାରଖ କରି ସାରିଛନ୍ତି। ୨୦୦୮ ଏପ୍ରିଲ୍‌ରେ ଶବନମ୍‌ ତାଙ୍କ ପ୍ରେମିକଙ୍କ ସହିତ ମିଶି ଆମରୋହାଠାରେ ନିଜ ଘରର ସଦସ୍ୟଙ୍କୁ ଟାଙ୍ଗିଆରେ ହାଣି ନର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାରେ ନିମ୍ନ ଆଦାଲତଠାରୁ ଆରମ୍ଭ କରି ସୁପ୍ରିମ୍‌କୋର୍ଟ ପର୍ଯ୍ୟନ୍ତ ଫାଶୀ ଦଣ୍ଡାଦେଶକୁ କାଏମ୍‌ ରଖା ଯାଇଥିଲା। ଏହାପରେ ଶବନମ୍‌ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ପାଇଁ ଆବେଦନ କରିଥିଲେ। ତେବେ ତାହା ମଧ୍ୟ ଖାରଜ ହୋଇଯାଇଛି। ତେଣୁ ମଥୁରା ଜେଲ କର୍ତ୍ତୃପକ୍ଷ ଫାଶୀ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏନେଇ ବିାହାରର ବକ୍ସରରୁ ଦଉଡ଼ି ମଗା ଯାଇଛି। ମଥୁରା ଜେଲରେ ୧୫୦ ବର୍ଷ ତଳେ ଫାଶୀ ମଞ୍ଚ ନିର୍ମାଣ କରାଯାଇଥିଲା। ତେବେ ବର୍ତ୍ତମାନ ସୁଦ୍ଧା ଏଠାରେ କାହାକୁ ଫାଶୀ ଦିଆ ଯାଇ ନାହିଁ। ଶବନମ୍‌ଙ୍କୁ ଏଠାରେ ପ୍ରଥମେ ଫାଶୀ ଦିଆଯିବ। ଏପରି ହେଲେ, ଏହି ଘଟଣା ଭାରତର ସ୍ବାଧୀନତା ପରବର୍ତ୍ତୀ ଇତିହାସ ସହିତ ମଥୁରା ଜେଲ ଇତିହାସର ପ୍ରଥମ ଫାଶୀଦଣ୍ଡ ହେବ ବୋଲି କୁହାଯାଉଛି। ଫାଶୀ ଦଣ୍ଡ ପାଇଁ ବର୍ତ୍ତମାନ ସୁଦ୍ଧା ଜେଲ ପକ୍ଷରୁ ଦିନ ଧାର୍ଯ୍ୟ କରାଯାଇ ନାହିଁ। ମୃତ୍ୟୁ ପରଓ୍ବାନା ଜାରି ହେବା ପରେ ଦିନ ଧାର୍ଯ୍ୟ ହେବା ସହିତ ଅନ୍ୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜେଲ୍‌ ସୁପରିଟେଣ୍ଡେଣ୍ଟ୍‌ ଶୈଳେନ୍ଦ୍ର କୁମାର ମୈତ୍ରେୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri