ଦେଶରେ ୧୫ଦିନ ମଧ୍ୟରେ ୪ର୍ଥଥର ୪୦ହଜାରୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ: ୯୪ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩୦।୧୧: ଭାରତରେ କରୋନା ପ୍ରକୋପ ଜାରି ରହିଛି। ଗତ କିଛି ଦିନ ହେବ କେତେକ ରାଜ୍ୟରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ପାଇଁ କେତେକ ରାଜ୍ୟସରକାର ପୁଣି ଥରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି। ଦେଶରେ ଲଗାତର ୨୩ଦିନ ମଧ୍ୟରେ ୫୦ ହଜାରରୁ କମ୍‌ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୧୫ ଦିନ ମଧ୍ୟରେ ୪ର୍ଥଥର ୪୦ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଗତ ୨୪ଘଣ୍ଟାରେ ଦେଶରେ ୩୮,୭୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୩ଜଣ କରୋନାଜନିତ ପ୍ରାଣ ହରାଇଛନ୍ତି। ଦେଶରେ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାରରେ ପହଞ୍ଚିଛି। ସେଥିମଧ୍ୟରୁ ୮୮ଲକ୍ଷ ୪୭ହଜାର ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୪୬ହଜାର ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ଏପର୍ଯ୍ୟନ୍ତ ୧ଲକ୍ଷ ୩୭ହଜାର ୧୩୯ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିସାରିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସବୁଠାରୁ ଭଲ କଥା ହେଉଛି ବିଗତ ଦିନରେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫,୩୩୩ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ତେବେ କରୋନା ବୃଦ୍ଧି ମାମଲାରେ ଆମେରିକା ପରେ ଭାରତ ରହିଛି। କିନ୍ତୁ ମୃତ୍ୟୁ ସଂଖ୍ୟାରେ ଭାରତ ୫ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?