୩ ମାସ ହେଲା ଜଳ ସଙ୍କଟରେ ୩୫ ପରିବାର

ଜଳେଶ୍ୱର, ୧୮।୪(ଡି.ଏନ.ଏ.)-ଦୀର୍ଘମାସ ଧରି ବର୍ଷା ନ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆ ପଞ୍ଚାୟତରେ ଜଳକଷ୍ଟ ଦେଖାଦେଇଛି ା ଭୂତଳ ଜଳସ୍ତର ୧୦୦ଫୁଟ ତଳକୁ ଖସି ଯାଇଥିବାରୁ ପାହାଡିଆ ରାଇବଣିଆ ଅଞ୍ଚଳରେ ଜଳସଙ୍କଟ ସୃଷ୍ଟି ହୋଇଛି ା
ରାଇବଣିଆ ପଞ୍ଚାୟତର ଗଡଭିତର ସାହିରେ ପ୍ରାୟ ୩୫ ପରିବାରର ୧୫୦ ଲୋକ ବାସ କରନ୍ତି। ଆଜିକୁ ୨ ମାସ ଧରି ସେଠାରେ ଥିବା ନଳକୂପ ଅଚଳ ହୋଇଛି ା ତେଣୁ ଉକ୍ତ ସାହିରେ ବାସ କରୁଥିବା ଲୋକେ ୧ କି.ମି. ଦୂରରେ ଥିବା ଅନ୍ୟ ଏକ ନଳକୂପରୁ ପାଣି ଆଣିବାକୁ ଯାଇ ବହୁତ ହଇରାଣ ହେଉଛନ୍ତି ା ଏହି ପାହାଡିଆ ଅଞ୍ଚଳରେ ସମସ୍ତ ପୋଖରୀ ଶୁଖିଲା ପଡିଛି। ବହୁ ଦୂରରେ କାଦୁଅ ପାଣି ଥିବା ପୋଖରୀକୁ ଦୈନନ୍ଦିନ କାର୍ଯ୍ୟ ଲାଗି ବ୍ୟବହାର କରିବାକୁ ଲୋକେ ବାଧ୍ୟ ହେଉଛନ୍ତି ା ନିକଟରେ ଏକ ପମ୍ପହାଉସ ଖନନ ସରିଥିବା ବେଳେ ଟ୍ରାନ୍ସଫର୍ମର ବସିଛି ା ଦୀର୍ଘ ୩ ବର୍ଷ ଧରି ତାର ସଂଯୋଗ ହେଉ ନ ଥିବାରୁ ସେଠାରୁ ପାଣି ଯୋଗାଣ ହୋଇପାରୁନାହିଁ। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ମମତା ଘୋଷ ଓ ତାଙ୍କ ପ୍ରତିନିଧିଙ୍କୁ ବାରମ୍ବାର ଅଭିଯୋଗ କରୁଥିଲେ ମଧ୍ୟ କୌଣସି ପ୍ରତିକାର ହେଉନାହିଁ ା ଏ ସମ୍ପର୍କରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ସହକାରୀ ଯନ୍ତ୍ରୀ ଇଂ. ଅଶୋକ ମିଶ୍ରଙ୍କୁ ପଚାରିବାରୁ ଉକ୍ତ ପ୍ରକଳ୍ପ ପଞ୍ଚାୟତ ଦାୟିତ୍ୱରେ ରହିଛି। ତଥାପି ଜରୁରୀ ପରିସ୍ଥିତିରେ ସେଠାରେ ଥିବା ନଳକୂପକୁ ମରାମତି କିମ୍ବା ନୂତନ ନଳକୂପ ଖନନ କରିବେ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?