Posted inଖେଳ

ତୃତୀୟଥର ପାଇଁ ଏଏଫ୍‌ଆଇ ମୁଖ୍ୟ ହେବେ ସୁମରିଓ୍ବାଲା

ନୂଆଦିଲ୍ଲୀ,୨୨।୧୦(ପି.ଟି.): ଜଣାଶୁଣା କ୍ରୀଡ଼ା ପ୍ରଶାସକ ଆଦିଲେ ସୁମରିଓ୍ବାଲା ତୃତୀୟଥର ପାଇଁ ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଅଧ୍ୟକ୍ଷ ଭାବେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ସେହିପରି ପୂର୍ବତନ ମହିଳା ଲଙ୍ଗ୍‌ଜମ୍ପର ଅଞ୍ଜୁ ବବି ଜର୍ଜ ସିନିୟର ଭାଇସ୍‌ ପ୍ରେସିଡେଣ୍ଟ ଭାବେ ନିର୍ବାଚିତ ହେବା ନିଶ୍ଚିତ ହୋଇଛି। ଆସନ୍ତା ୩୧ ତାରିଖରେ ଏଏଫ୍‌ଆଇର ଜାତୀୟ ଗଭର୍ନିଂ ବଡି ନିର୍ବାଚନ ଆୟୋଜନ ହେବ।
ବୁଧବାର ଅପରାହ୍ନ ୪ଟା ସୁଦ୍ଧା ନାମାଙ୍କନ ଦାଖଲର ଶେଷ ତାରିଖ ଥିଲା। ସୁମରିଓ୍ବାଲା ଓ ଅଞ୍ଜୁ ଏହି ଦୁଇ ହାଇପ୍ରୋଫାଇଲ ପଦ ପାଇଁ ନାମାଙ୍କନ ଦାଖାଲ କରିଛନ୍ତି। ଅନ୍ୟ କେହି ନାମାଙ୍କନ ଦାଖଲ କରି ନ ଥିବାରୁ ଏହି ଦୁଇଜଣ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ସେହିପରି ସନ୍ଦୀପ ମେହେଟା ଓ ରବିନ୍ଦର ଚୌଧୁରୀ ସମ୍ପାଦକ ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମେହେଟା ମଧ୍ୟ ସିନିୟର ଯୁଗ୍ମ ସମ୍ପାଦକ ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ତେବେ ସେ ସମ୍ପାଦକ ପଦ ପାଇଁ ନାମାଙ୍କନ ପ୍ରତ୍ୟାହର କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଶୁକ୍ରବାର ୬ଟା ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାରର ଡେଡ୍‌ଲାଇନ ବୋଲି ଘୋଷଣା କରାଯାଇଛି। କୋଷାଧ୍ୟକ୍ଷ ପଦ ପାଇଁ ମଧୁକାନ୍ତ ପାଠକ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ। ତେବେ ୫ ଯୁଗ୍ମ ସମ୍ପାଦକ ପଦ ପାଇଁ ୬ଜଣ ନାମାଙ୍କନ ଦାଖଲ କରିଛନ୍ତି। ୮ଟି କାର୍ଯ୍ୟକାରୀ କମିଟି ସଦସ୍ୟ ପଦ ପାଇଁ ୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri