Posted inଖେଳ

ଏହି କାରଣ ଲାଗି ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ଖେଳିବେନି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୧।୯: ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ୩ ମ୍ୟାଚବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ ଲାଗି ଇଂଲଣ୍ଡ ଦଳ ଘୋଷଣା କରାଯାଇଛି। ଅଷ୍ଟ୍ରେଲିଆକୁ କଡ଼ା ଟକ୍କର ଦେବା ଲାଗି ଘରୋଇ ଇଂଲଣ୍ଡ ମଜଭୁତ ଦଳ ଘୋଷଣା କରିଛି। ଯେଉଁଥିରେ ଜୋଫ୍ରା ଆର୍ଚର, ମାର୍କ ଉଡ୍‌ ଓ ଉଇକେଟ୍‌କିପର ଜୋଶ୍‌ ବଟଲର୍‌ଙ୍କୁ ଉଭୟ ଟି୨୦ ଓ ଦିନିକିଆ ଦଳରେ ସାମିଲ କରାଯାଇଛି। ନିୟମିତ ଅଧିନାୟକ ଜୋ ରୁଟ୍‌ କିନ୍ତୁ ଟି୨୦ ଦଳରୁ ଦୂରେଇ ରହିଛନ୍ତି। ତେବେ ସେ ଦିନିକିଆ ସିରିଜ ଖେଳିବେ। ସେହିଭଳି ଷ୍ଟାର୍‌ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ମଧ୍ୟ ଉଭୟ ସିରିଜରୁ ବାଦ୍‌ ପଡ଼ିଛନ୍ତି। କ୍ୟାନସରରେ ପୀଡ଼ିତ ଥିବା ବାପାଙ୍କୁ ଦେଖା କରିବା ଲାଗି ଷ୍ଟୋକ୍ସ ନ୍ୟୁଜିଲାଣ୍ଡ ଯାଇଛନ୍ତି। ଏହି କାରଣରୁ ସେ ପାକିସ୍ତାନ ବିପକ୍ଷ ଶେଷ ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିପାରି ନ ଥିଲେ। ଏଠାରେ ପ୍ରକାଶଯୋଗ୍ୟ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ସେପ୍ଟେମ୍ବର ୪ରୁ ଟି୨୦ ସିରିଜ ଆରମ୍ଭ ହେବ। ଟି୨୦ର ସମସ୍ତ ୩ଟି ମ୍ୟାଚ୍‌ ସାଉଥାମ୍ପଟନରେ ଖେଳାଯିବ। ସେହିଭଳି ୩ଟି ଯାକ ଦିନିକିଆ ମ୍ୟାଚ୍‌ ଯଥାକ୍ରମେ ସେପ୍ଟେମ୍ବର ୧୧, ୧୩ ଓ ୧୬ରେ ମାଞ୍ଚେଷ୍ଟରରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri