Posted inଫୁରସତ

କାର୍‌ କିଣିନାହାନ୍ତି, କିନ୍ତୁ ଭିଆଇପି ନମ୍ବର ପ୍ଲେଟ୍‌ ପାଇଁ ଏହି ବ୍ୟକ୍ତି ଖର୍ଚ୍ଚ କଲେଣି ଲକ୍ଷାଧିକ ଟଙ୍କା

ଦୁନିଆରେ କିଛି ଲୋକ ଅଛନ୍ତି ଯେଉଁମାନଙ୍କର ଗାଡ଼ି କିଣିବାରେ ଭାରି ସଉକ। ଖାଲି ଗାଡ଼ି କିଣିବା ନୁହେଁ, ମନପସନ୍ଦର ନମ୍ବର ପ୍ଲେଟ୍‌ ଲଗାଇବା ମଧ୍ୟ ଏମାନଙ୍କର ସଉକ। ଏଥିପାଇଁ ଜଣେ ଲୋକ ଲକ୍ଷେ କି ଦୁଇ ଲକ୍ଷ ନୁହେଁ, ଏକାବେଳକେ ୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି।

ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ନିଜ ଗାଡ଼ିରେ ଭିଆଇପି ନମ୍ବର ଅର୍ଥାତ୍‌ ସ୍ପେଶାଲ ନମ୍ବର ଲଗାଇବାରେ ମଧ୍ୟ ସଉକ ରହିଥାଏ। ଏଠାକାର ଜଣେ ବ୍ୟକ୍ତି ନିଜ ଗାଡ଼ି ପାଇଁ ଭିଆଇପି ନମ୍ବର ଆଣିବାକୁ ସମସ୍ତ ରେକର୍ଡ ଭାଙ୍ଗିଛନ୍ତି। ଏହି ପଇସାରେ ଜଣେ ଲୋକ ଆଉ ଏକ କାର୍‌ ବି କିଣିପାରିଥାନ୍ତେ।

ରାଜଧାନୀ ଲକ୍ଷ୍ନୌରେ ଭିଆଇପି ନମ୍ବର MA0001ପାଇଁ ନିଲାମକାରୀ ୧ ଲକ୍ଷ ଟଙ୍କାରୁ ନିଲାମ ଡାକ ଆରମ୍ଭ କରିଥିଲେ। ଯାହା ଶେଷରେ ୬ ଲକ୍ଷ ଟଙ୍କାରେ ଶେଷ ହୋଇଥିଲା। ପ୍ରବୀଣ ନାମକ ଜଣେ ବ୍ୟକ୍ତି ୧ ହଜାର ଟଙ୍କା ଅଧିକ ଡାକି ନମ୍ବରକୁ ନିଜ ନାମରେ କରି ନେଇଥିଲେ।

ଟ୍ରାନ୍ସପୋର୍ଟ ନଗର ଆରଟିଓଙ୍କ ଅନୁସାରେ, ବର୍ତ୍ତମାନ ସୁଦ୍ଧା ଭିଆଇପି ନମ୍ବର ୪ ଲକ୍ଷ ୧୦ ହଜାରରୁ ଅଧିକ ନିଲାମ ଡକାଯାଇନାହିଁ। ମାତ୍ର ଏହି ଥର ରେକର୍ଡ ଭାଙ୍ଗିଛି। ୨୭ ମାର୍ଚ୍ଚ ୨୦୨୧ରେ ଭିଆଇପି ନମ୍ବର ନିଲାମୀ ଡାକିବା ଆରମ୍ଭ ହୋଇଥିଲା। ନିଲାମୀର ଶେଷ ପର୍ଯ୍ୟାୟରେ ପ୍ରବୀଣ ନାମକ ଜଣେ ବ୍ୟକ୍ତି ୬ ଲକ୍ଷ ଟଙ୍କା ଡାକି ଏହାକୁ କିଣିଛନ୍ତି।

ପ୍ରବୀଣ ଏପର୍ଯ୍ୟନ୍ତ ଗାଡ଼ି କିଣିନାହାନ୍ତି ମାତ୍ର ନମ୍ବର ପ୍ଲେଟ୍‌ ପାଇଁ ୬ ଲକ୍ଷ ଟଙ୍କା ଖର୍ଚ୍ଚ କରିସାରିଲେଣି। ଯାହା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri