Posted inଜାତୀୟ

ଶମ୍ଭୁ ସୀମା ଅବରୋଧମୁକ୍ତ କରିବାକୁ ଚାଷୀଙ୍କୁ ମନାଅ

କୋଲକାତା,୧୩ା୮: ଶମ୍ଭୁ ସୀମାରୁ ଅବରୋଧ ହଟାଇବା ପାଇଁ ଚାଷୀମାନଙ୍କୁ ମନାଇବା ନିମନ୍ତେ ସୁପ୍ରିମକୋର୍ଟ ସୋମବାର ପଞ୍ଜାବର ଭଗଓ୍ବନ୍ତ ମାନ୍‌ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ପାର୍କିଂ ପ୍ଲେସ୍‌ ନୁହେଁ। ଆମ୍ବୁଲାନ୍ସ, ଜରୁରୀ ଯାନ ଏବଂ ସ୍ଥାନୀୟ ଲୋକଙ୍କ ଯାତାୟାତ ଲାଗି ଶମ୍ଭୁ ସୀମାକୁ ଆଂଶିକ ଖୋଲାଯିବା ଆବଶ୍ୟକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଗତ ଫେବୃଆରୀ ୧୩ରୁ କୃଷକମାନେ ବିଭିନ୍ନ ଦାବି ନେଇ ପଞ୍ଜାବ-ହରିୟାଣାର ଶମ୍ଭୁ ସୀମାରେ ଆନ୍ଦୋଳନ ଜାରି ରଖିଛନ୍ତି। ସପ୍ତାହେ ମଧ୍ୟରେ ସଂଲଗ୍ନ ଜିଲାର ଏସ୍‌ପିମାନଙ୍କ ବୈଠକ ଡାକି ସମାଧାନର ବାଟ ବାହାର କରିବାକୁ ସର୍ବୋଚ୍ଚ ଅଦାଲତ ପଞ୍ଜାବ ଓ ହରିୟାଣାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆନ୍ଦୋଳନରତ ଚାଷୀମାନଙ୍କ ସହ ଆଲୋଚନା ପାଇଁ ପ୍ରସ୍ତାବିତ କମିଟିରେ ଅଣରାଜନୈତିକ ଲୋକମାନଙ୍କୁ ରଖିବା ନିମନ୍ତେ ଉଭୟ ରାଜ୍ୟ ସରକାର ପ୍ରସ୍ତାବ ଦେଇଥିବାରୁ ଅଦାଲତ ଏହାକୁ ପ୍ରଶଂସା କରିଛନ୍ତି। ତେବେ ସବୁ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ଦାବିରେ ଦିଲ୍ଲୀକୁ ଦ୍ୱିତୀୟ ଅଭିଯାନ ଆରମ୍ଭ କରିଥିବା ଚାଷୀମାନଙ୍କୁ ଶମ୍ଭୁ ସୀମାରେ ଅଟକାଯିବାରୁ ସେମାନେ ଫେବୃଆରୀ ୧୩ରୁ ସେଠାରେ କ୍ୟାମ୍ପ ପକାଇ ରହିଥିବାବେଳେ ଜାତୀୟ ରାଜପଥରେ ବହୁସଂଖ୍ୟାରେ ଟ୍ରାକ୍ଟର ରଖି ଅବରୋଧ କରିଛନ୍ତି। ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି ନ ମିଳିବା ପର୍ଯ୍ୟନ୍ତ ସେମାନେ ସୀମାରୁ ହଟିବାକୁ ଚାହୁଁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri