Posted inଜାତୀୟ

ଶମ୍ଭୁ ସୀମା ଅବରୋଧମୁକ୍ତ କରିବାକୁ ଚାଷୀଙ୍କୁ ମନାଅ

କୋଲକାତା,୧୩ା୮: ଶମ୍ଭୁ ସୀମାରୁ ଅବରୋଧ ହଟାଇବା ପାଇଁ ଚାଷୀମାନଙ୍କୁ ମନାଇବା ନିମନ୍ତେ ସୁପ୍ରିମକୋର୍ଟ ସୋମବାର ପଞ୍ଜାବର ଭଗଓ୍ବନ୍ତ ମାନ୍‌ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ପାର୍କିଂ ପ୍ଲେସ୍‌ ନୁହେଁ। ଆମ୍ବୁଲାନ୍ସ, ଜରୁରୀ ଯାନ ଏବଂ ସ୍ଥାନୀୟ ଲୋକଙ୍କ ଯାତାୟାତ ଲାଗି ଶମ୍ଭୁ ସୀମାକୁ ଆଂଶିକ ଖୋଲାଯିବା ଆବଶ୍ୟକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଗତ ଫେବୃଆରୀ ୧୩ରୁ କୃଷକମାନେ ବିଭିନ୍ନ ଦାବି ନେଇ ପଞ୍ଜାବ-ହରିୟାଣାର ଶମ୍ଭୁ ସୀମାରେ ଆନ୍ଦୋଳନ ଜାରି ରଖିଛନ୍ତି। ସପ୍ତାହେ ମଧ୍ୟରେ ସଂଲଗ୍ନ ଜିଲାର ଏସ୍‌ପିମାନଙ୍କ ବୈଠକ ଡାକି ସମାଧାନର ବାଟ ବାହାର କରିବାକୁ ସର୍ବୋଚ୍ଚ ଅଦାଲତ ପଞ୍ଜାବ ଓ ହରିୟାଣାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆନ୍ଦୋଳନରତ ଚାଷୀମାନଙ୍କ ସହ ଆଲୋଚନା ପାଇଁ ପ୍ରସ୍ତାବିତ କମିଟିରେ ଅଣରାଜନୈତିକ ଲୋକମାନଙ୍କୁ ରଖିବା ନିମନ୍ତେ ଉଭୟ ରାଜ୍ୟ ସରକାର ପ୍ରସ୍ତାବ ଦେଇଥିବାରୁ ଅଦାଲତ ଏହାକୁ ପ୍ରଶଂସା କରିଛନ୍ତି। ତେବେ ସବୁ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ଦାବିରେ ଦିଲ୍ଲୀକୁ ଦ୍ୱିତୀୟ ଅଭିଯାନ ଆରମ୍ଭ କରିଥିବା ଚାଷୀମାନଙ୍କୁ ଶମ୍ଭୁ ସୀମାରେ ଅଟକାଯିବାରୁ ସେମାନେ ଫେବୃଆରୀ ୧୩ରୁ ସେଠାରେ କ୍ୟାମ୍ପ ପକାଇ ରହିଥିବାବେଳେ ଜାତୀୟ ରାଜପଥରେ ବହୁସଂଖ୍ୟାରେ ଟ୍ରାକ୍ଟର ରଖି ଅବରୋଧ କରିଛନ୍ତି। ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି ନ ମିଳିବା ପର୍ଯ୍ୟନ୍ତ ସେମାନେ ସୀମାରୁ ହଟିବାକୁ ଚାହୁଁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri