Posted inଜାତୀୟ

ବଳପୂର୍ବକ ଧର୍ମାନ୍ତରୀକରଣ ସମ୍ବିଧାନ ବିରୋଧୀ

ନୂଆଦିଲ୍ଲୀ,୬।୧୨: ବଳପୂର୍ବକ ଧର୍ମାନ୍ତରୀକରଣ ଏକ ଗମ୍ଭୀର ପ୍ରସଙ୍ଗ ଏବଂ ଏହା ସମ୍ବିଧାନ ବିରୋଧୀ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଭୟ ଦେଖାଇ, ଧମକ ଦେଇ, କିମ୍ବା ଉପହାର ଏବଂ ଆର୍ଥତ୍କ ଫାଇଦାର ପ୍ରଲୋଭନ ଦେଖାଇ କରାଯାଉଥିବା ପ୍ରତାରଣାପୂର୍ଣ୍ଣ ଧର୍ମ ପରିବର୍ତ୍ତନ ରୋକିବା ଦିଗରେ କଠୋର ପଦକ୍ଷେପ ନେବା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟ ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହାର ଶୁଣାଣି ବେଳେ ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଏଭଳି ଧର୍ମ ପରିବର୍ତ୍ତନ ସମ୍ପର୍କରେ ରାଜ୍ୟଗୁଡ଼ିକରୁ ତଥ୍ୟ ସଂଗ୍ରହ କରାଯାଉଛି ବୋଲି କେନ୍ଦ୍ର ସରକାର ଜବାବ ରଖିଥିଲେ। ସବିଶେଷ ତଥ୍ୟ ଉପସ୍ଥାପନ ନିମନ୍ତେ କେନ୍ଦ୍ର ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତଙ୍କୁ ସପ୍ତାହେ ସମୟ ମାଗିଥିଲେ।
ପିଟିଶନର ଶୁଣାଣି ଯୋଗ୍ୟତାକୁ ନେଇ ଜଣେ ଆଇନଜୀବୀ ପ୍ରଶ୍ନ କରିବାରୁ ବେଶୀ ଚାଲାକି ଦେଖାଅ ନାହିଁ ବୋଲି ଖଣ୍ଡପୀଠ କହିଥିଲେ। ଆମେ ଏକ ସମାଧାନରେ ପହଞ୍ଚତ୍ବାକୁ ଏବଂ ସବୁ କିଛିକୁ ଠିକ୍‌ ବାଟରେ ନେବା ଲାଗି ଏଠି ବସିଛୁ। ଯଦି ପରୋପକାରର ଉଦ୍ଦେଶ୍ୟ ଭଲ ହୋଇଥାଏ, ତେବେ ସ୍ବାଗତଯୋଗ୍ୟ। ପରୋପକାରର ଉଦ୍ଦେଶ୍ୟ ଧର୍ମାନ୍ତରୀକରଣ ହେବା ଉଚିତ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ଏହାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି କରା ନଯାଉ, କାରଣ ଏହା ଅତି ଗମ୍ଭୀର ପ୍ରସଙ୍ଗ ଏବଂ ସମ୍ବିଧାନ ବିରୋଧୀ। ଭାରତରେ ରହିବାକୁ ହେଲେ ଏହାର ସଂସ୍କୃତି ଅନୁଯାୟୀ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୨ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?