ପାଣିନଗର ଗାଁରେ ଜବରଦଖଲ ଉଚ୍ଛେଦ

ରୂପସା,୧୯ ।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ଅନ୍ତର୍ଗତ ନଟାକଟା ପଞ୍ଚାୟତର ପାଣିନଗର ଗ୍ରାମରେ ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ଗ୍ରାମରେ ଏକ ଗରିବ ପରିବାର ବାସ କରିବା ପାଇଁ ଅସୁବିଧାରେ ସମ୍ମୁଖୀନ ହେବାରୁ ଘର ସମ୍ମୁଖରେ ଥିବା ସରକାରୀ ଜାଗା ଦଖଲକରି ବସବାସ କରି ଆସୁଥିଲେ। ମାତ୍ର ବସ୍ତା ତହସିଲଦାର କାର୍ତ୍ତିକ କୁମାର ଦାସଙ୍କ ସୂଚନା ଅନୁଯାୟୀ ଗ୍ରାମରେ ଜାଗା ନ ଥିବାରୁ ସରକାରୀ ଯୋଜନାର ଏକ ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣ ପାଇଁ ୩ ଡିସିମିଲ ଜାଗା ଠିକ୍‌ କରାଯାଇଥିଲା। ମାତ୍ର ଉକ୍ତ ୩ ଡିସିମିଲ ଯାଗାକୁ ପାଣିନଗର ଗ୍ରାମର ମନୋରଞ୍ଜନ ପାତ୍ର ଜବରଦଖଲ କରି ରଖିଥିଲେ। ଉକ୍ତ ଜାଗାକୁ ଖାଲି କରିବାକୁ ବସ୍ତା ତହସିଲ ପକ୍ଷରୁ ତାଙ୍କ ଉପରେ ଏକ ମାମଲା ରୁଜୁ କରାଯାଇଥିଲା ଏବଂ ଉଚ୍ଛେଦ ପାଇଁ ନୋଟିସ୍‌ ଜାରି କରାଯାଇଥିଲା। ଏଭିକେସନ ନୋଟିସ ବିରୋଧରେ ମନୋରଞ୍ଜନ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ତେବେ ହାଇକୋର୍ଟ ନିର୍ଦ୍ଦେଶ ଅନୁଯାୟୀ ୨ ମାସ ଭିତରେ ସବକଲେକ୍ଟରଙ୍କ କୋର୍ଟରେ କେଶ କରିବା କଥା। ମାତ୍ର ୬ ମାସ ବିତିଯାଇଥିଲେ ମଧ୍ୟ ପାତ୍ର କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଶନିବାର ବସ୍ତା ତହସିଲଦାର ମାଜିଷ୍ଟ୍ରେଟ ଭାବେ ଉପସ୍ଥିତ ରହି ଜେସିବି ଲଗାଇ ଉକ୍ତ ଜାଗାରୁ ଜବରଦଖଲ ଉଚ୍ଛେଦ କରିଛନ୍ତି। ବସ୍ତା ଥାନା ଆଇଆଇସି ସୁବ୍ରତ କୁମାର ବେହେରା ସଦଳବଳେ ଉପସ୍ଥିତ ଥିଲେ। ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦୃଷ୍ଟିରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri