ଝିଅଙ୍କୁ ଜୋରଜବରଦସ୍ତ ବିବାହ କରିବା ପଡ଼ିବ ମହଙ୍ଗା: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୧୩।୧: ଝିଅମାନଙ୍କୁ ସେମାନଙ୍କ ଇଚ୍ଛା ବିରୋଧରେ ବିବାହ କରିବାକୁ ବାଧ୍ୟ କରୁଥିବା ମାତାପିତାଙ୍କୁ ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ ଯିବାକୁ ଆହ୍ବାନ ଦେଇଛନ୍ତି। ଜଣେ ୨୧ ବର୍ଷୀୟା ଯୁବତୀଙ୍କ ସ୍ବାଧୀନ ଭାବରେ ବଞ୍ଚିବାର ଅଧିକାରକୁ ସମର୍ଥନ କରି ଏହି ରାୟ ଆସିଛି। ମହିଳାଙ୍କ ପସନ୍ଦ ପିତାମାତା କିମ୍ବା ସାମାଜିକ ଚାପ ଉପରେ ପ୍ରାଧାନ୍ୟ ପାଇବା ଆବଶ୍ୟକ ବୋଲି ରାୟ ଦେଇଛନ୍ତି।
୬ ଅଗଷ୍ଟ, ୨୦୨୫ରେ ଝିଅ ନିଖୋଜ ଥିବା ଅଭିଯୋଗ ନେଇ ବାପାଙ୍କ ତରଫରୁ ଦାୟର ଏକ ହେବିୟସ କର୍ପସ ପିଟିସନ୍ର ଶୁଣାଣି କରି ହାଇକୋର୍ଟ ଏଭଳି ଉଲ୍ଲେଖ କରିଛନ୍ତି। ହାଇକୋର୍ଟ କହିଛନ୍ତି, ଯେତେବେଳେ ଜଣେ ଝିଅ ବିବାହ ପାଇଁ ପ୍ରସ୍ତୁତ ନଥାଏ, ବାହ୍ୟ ବଳ ପ୍ରୟୋଗ କରି ତାଙ୍କୁ ବାହାଦେବା ସୁସ୍ଥ ସମାଜ ପାଇଁ ଅନୁକୂଳ ନୁହେଁ। ଅଭିଭାବକମାନେ ନିଜ ନିଷ୍ପତ୍ତ ପିଲାମାନଙ୍କ ଉପରେ ଲଦି ଦେବାର ଭାବନା ବିରୋଧରେ ପ୍ରଶାସନ ସଚେତନ କରିବା ଆବଶ୍ୟକ। ପ୍ରାପ୍ତ ବୟସ୍କ ଝିଅର ନିଷ୍ପତ୍ତିକୁ ସମ୍ମାନ ଦେବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି।
ସମ୍ପୃକ୍ତ ଝିଅଙ୍କୁ ଜୋରଜବରଦସ୍ତ ବିବାହ ପରେ ସେ ସ୍ବେଚ୍ଛାକୃତ ଭାବରେ ଘର ଛାଡି ଦେଇଥିଲେ ଏବଂ ତାଙ୍କ ସ୍ବାମୀ କିମ୍ବା ମାତାପିତାଙ୍କ ସହିତ ରହିବାକୁ ଚାହୁଁ ନ ଥିଲେ। ୯ ଡିସେମ୍ବର, ୨୦୨୫ ରେ, କୋର୍ଟକୁ ଅବଗତ କରାଯାଇଥିଲା ଯେ, ପୋଲିସ ସମ୍ପୃକ୍ତ ଝିଅ ସହିତ ଯୋଗାଯୋଗ କରିଛି ଏବଂ ସେ କହିଛନ୍ତି, ସେ ଅନ୍ୟ ରାଜ୍ୟରେ ରହୁଛନ୍ତି ଏବଂ ଏକ ଘରୋଇ କମ୍ପାନୀରେ କାମ କରୁଛନ୍ତି। ତା’ପରେ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ତାଙ୍କୁ ପୂର୍ଣ୍ଣ ସୁରକ୍ଷାରେ କୋର୍ଟରେ ହାଜର କରାଯିବ। ଜାନୁଆରୀ ୬ରେ ତାଙ୍କୁ କୋର୍ଟକୁ ଅଣାଯାଇଥିଲା। ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଏବଂ ବିଚାରପତି ଏମ ଏସ ରମଣଙ୍କ ଖଣ୍ଡପୀଠ ତାଙ୍କ ସହ ଆଲୋଚନା କରିଥିଲେ। ମାମଲାର ଶୁଣାଣି ସମୟରେ ସେ କହିଥିଲେ, ମୋତେ ବାଧ୍ୟତାମୂଳକ ଭାବେ ବିବାହ କରାଇଦିଆଯାଇଛି। ଫଳରେ ସେ ଘର ଛାଡି ପଳାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri