Posted inଜାତୀୟ

‘ଯୌନକାର୍ଯ୍ୟ ଦେଖିବାକୁ ବାଧ୍ୟ କରିଥିଲେ’

ଥିରୁଭାନନ୍ତପୁରମ, ୩୦।୯: ମଲିଉଡ୍‌ର ବରିଷ୍ଠ ଫିଲ୍ମ ନିର୍ମାତା ବାଲଚନ୍ଦ୍ର ମେନନ୍‌ଙ୍କ ବିରୋଧରେ ରବିବାର ଅଭିନେତ୍ରୀ ମିନୁ ମୁନିର ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ୨୦୦୭ରେ ଅନ୍ୟମାନଙ୍କ ସହ ମିଶି ସେକ୍ସୁଆଲ ଆକ୍ଟ ଦେଖିବାକୁ ତାଙ୍କୁ ମେନନ୍‌ ବାଧ୍ୟ କରିଥିଲେ ବୋଲି ମିନୁ ଅଭିଯୋଗ ଆଣିଛନ୍ତି। ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି, ସେତେବେଳେ ମେନନ୍‌ ତାଙ୍କୁ ତାଙ୍କ ରୁମ୍‌କୁ ନେଇଥିଲେ। ସେଠାରେ ପୂର୍ବରୁ ଯୌନ କାର୍ଯ୍ୟକଳାପ ଚାଲୁଥିଲା। କେତେଜଣ ପୁରୁଷ ଓ ଯୁବତୀ ମଧ୍ୟ ଉକ୍ତ ରୁମ୍‌ରେ ଉପସ୍ଥିତ ଥିଲେ। ସେ ରୁମ୍‌ ମଧ୍ୟରେ ପହଞ୍ଚିବା ପରେ ମେନନ୍‌ ୩ ଜଣ ଯୁବତୀଙ୍କ ସହ ସେଠାରେ ଯୌନ କାର୍ଯ୍ୟକଳାପରେ ଲିପ୍ତ ରହିଲେ। ଏହାସହ ଅନ୍ୟ ପୁରୁଷଙ୍କ ସହ ଏକାଠି ବସି ତାଙ୍କର ଯୌନ କାର୍ଯ୍ୟକଳାପକୁ ଉପଭୋଗ କରିବାକୁ ମେନନ୍‌ ବାଧ୍ୟ କରିଥିବା ମିନୁ କହିଛନ୍ତି।
ତେବେ ହେମା କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଦିଆଯାଇଥିବା ପୁରୁଣା ନିର୍ଯାତନାଗୁଡ଼ିକୁ ସେ ଲୋକଲୋଚନକୁ ଆଣିବାକୁ ସକ୍ଷମ ହୋଇପାରୁଛନ୍ତି ବୋଲି ଏହି ସାକ୍ଷାତ୍‌କାରରେ ଅଭିନେତ୍ରୀ ଜଣଙ୍କ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ମିନୁ ପୂର୍ବରୁ ମାଲୟାଲମ ଅଭିନେତା ଜୟସୁରିୟାଙ୍କ ସମେତ ୭ ଜଣଙ୍କ ବିରୋଧରେ ଶାରୀରିକ ନିର୍ଯାତନାର ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲାରେ ଏଫ୍‌ଆଇଆର୍‌ ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri