ବାସୁଦେବପୁର ସହରରୁ ଜବରଦଖଲ ଉଚ୍ଛେଦ

ବାସୁଦେବପୁର,୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ମଧ୍ୟରେ ମୁଖ୍ୟରାସ୍ତାର ଦୁଇପାର୍ଶ୍ୱରେ ଜବରଦଖଲ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଥିଲା। ଦିନକୁ ଦିନ ସହର ମଧ୍ୟରେ ଦୁର୍ଘଟଣା ବୃଦ୍ଧି ପାଉଥିବା ବେଳେ ଗତ ୨୬ ତାରିଖରେ କଣ୍ଟେନର ଚାପାରେ ଜଣେ ୬ ମାସର ଶିଶୁପୁତ୍ରର ଜୀବନ ଯିବା ପରେ ବିଳମ୍ବରେ ହେଲେ ମଧ୍ୟ ପ୍ରଶାସନର ଚେତା ପଶିଛି। ସହର ମୁଖ୍ୟରାସ୍ତାର ହାଇସ୍କୁଲ ଛକଠାରୁ କଲେଜ ଛକ ପର୍ଯ୍ୟନ୍ତ ରାସ୍ତା ଦୁଇପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ କରାଯାଇଛି। ପୌରପାଳିକା, ତହସିଲ, ଥାନାର ମିଳିତ ସହଯୋଗରେ ବୁଧବାର ପ୍ରଥମ ଦିନରେ ଶତାଧିକ ଉଠାଦୋକାନ ଉଚ୍ଛେଦ କରାଯାଇଥିଲା। ୧ ପ୍ଲାଟୁନ ପୋଲିସ ସହ ଏସ୍‌ଡିପିଓ ସୌରଭ ଓତା, ତହସିଲଦାର ସୌଭାଗ୍ୟ ପଣ୍ଡା, ପୌର ନିର୍ବାହୀ ଅଧିକାରୀ ମାନସ ଦଣ୍ଡପାଟ, ବାସୁଦେବପୁର ଥାନାଧିକାରୀ ସାବିତ୍ରୀ ପଣ୍ଡାଙ୍କ ସମେତ ନାୟକାଣିଡିହୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀ ଉପସ୍ଥିତ ଥିଲେ।
୨ୟ ଦିନରେ ମଧ୍ୟ ଜବରଦଖଲ ହଟାଯାଇଛି। ତେବେ ଦୁଇଦିନ ମଧ୍ୟରେ ୨ଶହରୁ ଊର୍ଦ୍ଧ୍ୱ ଉଠାଦୋକାନୀଙ୍କୁ ରାସ୍ତାକଡ଼ରୁ ଉଚ୍ଛେଦ କରାଯାଇଛି। ହାଇସ୍କୁଲ ଛକଠାରୁ ଏବି କଲେଜ ଛକ ଓ ହାଇସ୍କୁଲ ଛକଠାରୁ ବାଳିକା ହାଇସ୍କୁଲ ରୋଡ୍‌ରେ ଉଚ୍ଛେଦ କରାଯାଇଛି। ଉଲ୍ଲେଖଯୋଗ୍ୟ, ଉଠାଦୋକାନୀମାନେ ସରକାରୀ ଜାଗାରେ ଦୀର୍ଘଦିନ ଧରି ଦୋକାନ କରି ଆସୁଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିବା ସହ ଧନଜୀବନ କ୍ଷତି ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri