ଶ୍ରୀଜଗନ୍ନାଥ ଜମିରୁ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର,୨୬।୫(ବ୍ୟୁରୋ): କୋରଡକଣ୍ଟାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଜବରଦଖଲକାରୀଙ୍କ କବଳରୁ ମୁକ୍ତ ହୋଇଛି। ମୋଟ ଦେଢ଼ ଏକର ପରିମିତ ଜମିକୁ ୨ଟି ପର୍ଯ୍ୟାୟରେ ବିଡିଏ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ଉଚ୍ଛେଦ କରାଯାଇଛି। କିଛିଦିନ ତଳେ ସେଠାରୁ ପ୍ରାୟ ଏକର ଜମିରୁ ଜବରଦଖଲ ହଟିଥିଲା। ସମୟ ଅଭାବରୁ ବାକି ଜମିରୁ ଜବରଦଖଲ ଉଚ୍ଛେଦ କରାଯାଇ ପାରି ନ ଥିଲା। ଗୁରୁବାର ଉକ୍ତ ବଳକା ଜମିରେ ଥିବା ଜବରଦଖଲକୁ ହଟାଯାଇଛି। ମହାପ୍ରଭୁଙ୍କ ଜମି ଉପରେ ବେଆଇନ ଭାବେ କ୍ଲବ ଘର, ଦୋକାନ, ହୋଟେଲ ଆଦି ନିର୍ମାଣ କରାଯାଇଥିଲା। କିଛି ଅସାମାଜିକ ଯୁବକ ସେଠାରେ ନିୟମିତ ଆଡ୍ଡା ଜମାଇବା ସହ ଏହି ଜମିକୁ ନିଜ ଅକ୍ତିଆରରେ ରଖି ଭଡ଼ା ଆଦାୟ କରୁଥିଲେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ଉପପ୍ରଶାସକ (ରାଜସ୍ବ) ବିଡିଏକୁ ଚିଠି ଲେଖି ତୁରନ୍ତ ଜବରଦଖଲ ଉଚ୍ଛେଦ କରିବାକୁ କହିଥିଲେ। ଏହାପରେ ଉଚ୍ଛେଦ କାର୍ଯ୍ୟ କରାଯାଇଥିଲା। ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କ୍ବାଡ୍‌ ଉକ୍ତ ଜମିକୁ ଜବରଦଖଲମୁକ୍ତ କରିଛି। ଉଚ୍ଛେଦରେ ୮ଟି ଆଜବେଷ୍ଟସ ସେଡ/ଦୋକାନ, ଗୋଟିଏ ଶୌଚାଳୟ, ଗୋଟିଏ ଲୁହାଗେଟ, ପ୍ରାୟ ୨୦୦ଫୁଟ ଲମ୍ବର ପାଚେରି ଏବଂ ୧୦୦ଫୁଟ ଲମ୍ବର ବାଉଁଶ ନିର୍ମିତ ସେଡ ଭଙ୍ଗାଯାଇଥିଲା। ଗୁରୁବାର ପ୍ରାୟ ୦.୫୦ ଡିସିମିଲ ଜମି ଜବରଦଖଲମୁକ୍ତ ହୋଇଥିଲା। ତେବେ ଏଠାରେ ଥିବା କ୍ଲବ ଘରର କିଛି ଅଂଶ ଭଙ୍ଗାଯାଉଥିବାବେଳେ ବର୍ଷା ଯୋଗୁ ଆଉ ଉଚ୍ଛେଦ ନ କରି ବିଡିଏ ସ୍କ୍ବାଡ୍‌ ଫେରିଯାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଗୋଟିଏ ପ୍ଲାଟୁନ ରିଜର୍ଭ ପୋଲିସ ଓ ଗୋଟିଏ ସେକ୍ସନ ମହିଳା ପୋଲିସ ମୁତୟନ କରାଯାଇଥିଲା। ବିଡିଏର ଯୁଗ୍ମ କମିଶନର (ଏନ୍‌ଫୋର୍ସମେଣ୍ଟ) ଶ୍ୱେତ କୁମାର ଦାଶ, ବିଡିଏ ଲିଆଇଶନ ଅଫିସର ଶୁଭ୍ରାଂଶୁ ଶେଖର ମହାନ୍ତି, ପୁରୀ ମନ୍ଦିର ଅଫିସର ମନ୍ମଥ କୁମାର ମିଶ୍ରଙ୍କ ସହ ବଡ଼ଗଡ଼ ଓ ଲକ୍ଷ୍ମୀସାଗର ଥାନା ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri