ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୨।୫: ବହୁ ବାଦବିବାଦ ପରେ ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ଭାୟା ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ମୋଚି ଛକଠାରୁ ଉଚ୍ଛେଦ ଆରମ୍ଭ ହୋଇଥିବା ବେଳେ ଶତାଧିକ ଦୋକାନ ଜେସିବି ଦ୍ୱାରା ଭାଙ୍ଗି ଦିଆଯାଇଛି। ଉଚ୍ଛେଦ ବେଳେ କାଁଭାଁ ଅସନ୍ତୋଷ ପ୍ରକାଶ ପାଇଥିଲେ ମଧ୍ୟ ବ୍ୟବସାୟୀ ଓ ଜନସାଧାରଣ ଉଚ୍ଛେଦରେ ସହଯୋଗ କରିଛନ୍ତି। ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ପୌର ନିର୍ବାହୀ ଅଧିକାରୀ ଦେବୀପ୍ରସାଦ ରାଉତ ଉପସ୍ଥିତ ଥିବାବେଳେ ଶାନ୍ତିଶୃଙ୍ଖଳା ପାଇଁ ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ, ଟାଉନ ଥାନାଧିକାରୀ ଉମାଶଙ୍କର ନାୟକଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।
ପ୍ରକାଶଥାଉ କି, ଏହି ୧୦ କି.ମି. ରାସ୍ତା ଦୀର୍ଘଦିନ ଧରି ମରାମତି ଅଭାବରୁ ଶୋଚନୀୟ ହେବା ସହ ଉଭୟପାର୍ଶ୍ୱ ଜବରଦଖଲ ଯୋଗୁ ସଂକୀର୍ଣ୍ଣ ଥିଲା। ଫଳରେ ଯାତାୟାତରେ ଅସୁବିଧା ସହ ବହୁ ସମୟରେ ଦୁର୍ଘଟଣା ଘଟୁଥିଲା। ରାସ୍ତା ନିର୍ମାଣ ପାଇଁ ବିଭିନ୍ନ ସଙ୍ଗଠନ ଓ ରାଜନୈତିକ ଦଳ ପକ୍ଷରୁ ବାରମ୍ବାର ଦାବି, ରାସ୍ତାରୋକୋ, ଧାରଣା ଦିଆଯିବା ପରେ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିଲା। କିନ୍ତୁ ଜବରଦଖଲ ଯୋଗୁ ୩୦ ଫୁଟ୍‌ ଓସାର ରାସ୍ତା ନିର୍ମାଣ କାର୍ଯ୍ୟ ହୋଇପାରୁ ନ ଥିଲା। ଜବରଦଖଲ ଉଚ୍ଛେଦ ପାଇଁ ବହୁବାର ପଦକ୍ଷେପ ନେଇଥିଲେ ମଧ୍ୟ ପ୍ରଶାସନ ବିଫଳ ହୋଇଥିଲା। ସର୍ବଦଳୀୟ ବୈଠକ ପରେ ଜବରଦଖଲ ଉଚ୍ଛେଦ ପାଇଁ ସହମତି ପ୍ରକାଶ ପାଇଥିଲା। ହନଫ ମାର୍କେଟ ଏବଂ ଅନ୍ୟ କେତେକ ସ୍ଥାନରେ ଦୋକାନୀମାନେ ନିଜ ଆଡ଼ୁ ଦଖଲରୁ ହଟି ଯାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri