‘ପୁରୁଣାବଜାର ଅଞ୍ଚଳରୁ ହଟାଯାଉ ଜବରଦଖଲ’

ଭଦ୍ରକ ଅଫିସ,୨୦।୬: ଭଦ୍ରକ ପୁରୁଣାବଜାର ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ ନେଇ ସୋମବାର ଜିଲାପାଳଙ୍କ ନିକଟରେ ଦାବି ହୋଇଛି। ସନ୍ଥିଆ ପୋଲଠାରୁ ନଙ୍ଗାମହଲା, ପାଟଣାସାହି, ସାନଶଙ୍କରପୁର, ପୁରୁଣାବଜାର ତିନିଛକ, କଦମବେଢ଼ାଠାରୁ ମୁଲ୍ଲାସାହି, ଚନ୍ଦନବଜାର, ପୁରୁଣାବଜାର, ବାଙ୍କାବଜାରଠାରୁ ସଙ୍ଗତ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ କରାଯାଉ। ଏଥିସହ ରାସ୍ତା ପ୍ରଶସ୍ତୀକରଣ ପାଇଁ ଜିଲାପାଳଙ୍କ ନିଟକରେ ଦାବି କରାଯାଇଛି। ଏହି ରାସ୍ତାରେ ଭଦ୍ରକ ପୌରପାଳିକା ସମେତ ଗୁଜିଦରଡ଼ା, ଖଣ୍ଡତଡ଼ା ଓ ବେନ୍ତାଳ ପଞ୍ଚାୟତର ହଜାର ହଜାର ଲୋକ ଯାତାୟାତ କରନ୍ତି। ଜବରଦଖଲ ଯୋଗୁ ରାସ୍ତା ଅଣଓସାରିଆ ହୋଇଥିବାରୁ ଉକ୍ତ ରାସ୍ତାରେ ଦମକଳ ଗାଡ଼ି କିମ୍ବା ଆମ୍ବୁଲାନ୍ସ ଯାତାୟାତ କରିବାରେ ସମସ୍ୟା ସୃଷ୍ଟି ହେଉଛି।
ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ଜବରଦଖଲ ହଟାଇ ରାସ୍ତା ପ୍ରଶସ୍ତୀକରଣ କରାଯିବାକୁ ପୁରୁଣାବଜାର ଅଞ୍ଚଳର ବରିଷ୍ଠ ନାଗରିକ ହାଜୀ ସେକ୍‌ ମହମ୍ମଦ ଫାରୁକ, ଆଇନଜୀବୀ ସେକ୍‌ ଅବୁ ସୁଫିୟାନ ପ୍ରମୁଖ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଗଣଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri