ତିହିଡ଼ି ବଜାରରୁ ହଟିଲା ଜବରଦଖଲ

ତିହିଡ଼ି,୨୨ା୩(ସଞ୍ଜିତ ବଳ): ତିହିଡ଼ି ବଜାରକୁ ପ୍ରଶାସନ ପକ୍ଷରୁ ଅବରୋଧ ମୁକ୍ତ କରାଯାଇଛି। ତିହିଡ଼ି ଥାନାଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ସରକାରୀ ଜାଗା ଉପରେ ଥିବା ୧୨୩ଟି ଦୋକାନକୁ ଉଚ୍ଛେଦ କରାଯାଇଛି। ଶନିବାର ସକାଳ ୯ଟାରୁ ଏହି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ପ୍ରଶାସନ ପକ୍ଷରୁ ଶୁକ୍ରବାର ମାଇକ ସହାୟତାରେ ଜାଗା ଖାଲି କରିବାକୁ ସତର୍କ ସୂଚନା ଜାରି କରାଯାଇଥିଲା। ଏହାଛଡ଼ା ବଜାରର ବିଭିନ୍ନ ସ୍ଥାନରେ ମଧ୍ୟ ନୋଟିସ୍‌ ଲଗାଯାଇଥିଲା। ନୋଟିସ୍‌ରେ ୧୨୩ଜଣ ଦୋକାନୀଙ୍କ ନାଁ ଉଲ୍ଲେଖ ଥିବାବେଳେ ୩ଦିନ ମଧ୍ୟରେ ଜାଗା ଛାଡ଼ିବାକୁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ଏହାକୁ ଅବମାନନା କଲେ ଆଇନ ଅନୁଯାୟୀ ଦୃଢ଼ ପଦକ୍ଷେପ ନିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ପ୍ରଶାସନ ପକ୍ଷରୁ ଥାନାଠାରୁ ଜେସିବି ସହାୟତାରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା।

ସୂଚନାଯୋଗ୍ୟ, ତିହିଡ଼ି ବଜାରର ଉଭୟ ପାର୍ଶ୍ୱରେ ଥିବା ସରକାରୀ ଜାଗା ଜବରଦଖଲ କରି କେତେକ ଦୋକାନୀ ବହୁ ବର୍ଷ ହେଲା ବିଭିନ୍ନ ପ୍ରକାର ବ୍ୟବସାୟ ଚଳାଇଥିଲେ। ସେନେଇ ବିଭିନ୍ନ ପ୍ରକାର ସମସ୍ୟା ଉପୁଜିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି। ଉଚ୍ଛେଦ ସମୟରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଅତିରିକ୍ତ ତହସିଲଦାର ନମିତା ଧଳ, ତିହିଡ଼ି ଥାନା ଭାରପ୍ରାପ୍ତ ଅଧିକାରୀ ଅରୁନ୍ଧତୀ ବେହେରା, ଏସ୍‌ଆଇ ପ୍ରବୀଣ ଗିରି, ପ୍ରକାଶ ନାୟକ, ଏଏସ୍‌ଆଇ କମଳାକାନ୍ତ ଶତପଥୀଙ୍କ ସମେତ ତହସିଲ କର୍ମଚାରୀମାନେ ଉପସ୍ଥିତ ଥିବା ବେଳେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri