Posted inଜାତୀୟ

‘ଛାଡ଼ପତ୍ର ପରେ ଏକାଠି ରହିବାକୁ ବାଧ୍ୟ କରିବା କ୍ରୂରତା’

ନୂଆଦିଲ୍ଲୀ,୩୦।୮: ପରସ୍ପରକୁ ଛାଡ଼ପତ୍ର ଦେଇ ଅଲଗା ରହୁଥିବା ସ୍ତ୍ରୀ ଓ ସ୍ବାମୀଙ୍କୁ ପୁନର୍ବାର ଦାମ୍ପତ୍ୟ ଜୀବନ ବିତାଇବା ପାଇଁ ଏକାଠି କରିବା ଉଭୟ ପକ୍ଷଙ୍କ ପ୍ରତି କ୍ରୂରତାପୂର୍ଣ୍ଣ ଆଚରଣ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜଷ୍ଟିସ୍‌ ସଞ୍ଜୟ କିଷାନ କୌଲ ଏବଂ ସୁଧାଂଶୁ ଢ଼ୁଲିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ସମ୍ବିଧାନର ଅନୁଚ୍ଛେଦ ୧୪୨ ବଳରେ କ୍ଷମତା ଉପଯୋଗ କରି ଏକ ବିବାହକୁ ଭଙ୍ଗ କରିଦେଇଛନ୍ତି। ଖଣ୍ଡପୀଠ କହିଛନ୍ତି, ଲଗାତର ଭାବେ ମନୋମାଳିନ୍ୟ ଲାଗି ରହିବା ଯୋଗୁ ସ୍ତ୍ରୀ ଓ ସ୍ବାମୀ ଦୀର୍ଘଦିନ ଧରି ଅଲଗା ବସବାସ କରିବାକୁ ‘ପୂର୍ବାବସ୍ଥାକୁ ଫେରୁ ନ ଥିବା ବିବାହ ବିଚ୍ଛେଦ’ କୁହାଯାଇପାରିବ।
କଥିତ ମାମଲାରେ ଛାଡ଼ପତ୍ରର ୧୨ବର୍ଷ ପରେ ହିନ୍ଦୁ ବିବାହ ଆଇନ ୧୯୫୫ର ଧାରା ୯ ବଳରେ ସ୍ବାମୀ ଏକାଠି ହେବା ପାଇଁ ୨୦୧୨ ନଭେମ୍ବର ୯ରେ ଦାଖଲ କରିଥିବା ଆବେଦନକୁ ୨୦୧୩ ଅଗଷ୍ଟ ୨୯ରେ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହାପରେ ହାଇକୋର୍ଟରେ ନିରାଶ ହୋଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଖଣ୍ଡପୀଠ ଏହାର ବିଚାରକରି ବିବାହକୁ ଭଙ୍ଗ ଘୋଷଣା କରିଛନ୍ତି। ଏଥିସହ ଆବେଦନକାରୀ ସ୍ବାମୀଙ୍କୁ ତାଙ୍କ ଝିଅର ପାଠପଢ଼ା ଖର୍ଚ୍ଚ ବହନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri