କୋର୍ଟଙ୍କ ନିର୍ଦ୍ଦେଶରେ ମାଟିରେ ମିଶିଲା ଜବରଦଖଲକାରୀଙ୍କ ଘର

ନିରାକାରପୁର,୧୬ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଜମି ଅବରୋଧ ମାମଲାରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ତହସିଲ ପକ୍ଷରୁ ବୁଧବାର ଜବରଦଖଲ ଉଚ୍ଛେଦ କରାଯାଇଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ଟାଙ୍ଗୀ ତହସିଲ ଅନ୍ତର୍ଗତ ଓଳସିଂହ ପଞ୍ଚାୟତ ଗୟାବନ୍ଧ ଗ୍ରାମର ମହେନ୍ଦ୍ର ଭୁଜବଳ ଗୟାବନ୍ଧ, ମୌଜା ଖାତା ନମ୍ବର -୩୩୮, ପ୍ଲଟ୍‌ ନମ୍ବର-୮୬୭, କିସମ -ପୁରାତନ ପତିତ, ଡିସିମିଲି ୩୦କୁ ଜବରଦଖଲ କରି ଘର ତୋଳି ରହୁଥିଲେ। ଏହାକୁ ଅବରୋଧ ମାମଲା ସଂଖ୍ୟା ୯୩ /୨0୨୨/୨୩ ତଫସିଲରେ ଉଲ୍ଲେଖ କରିଥିବା ସରକାରୀ ଜମି ବିନା ଅନୁମତିରେ ଦଖଲ କରାଯାଇଥିଲା। ତେଣୁ ପୂର୍ବରୁ ଫର୍ମ ‘ଖ’ ଅନୁସାରେ ଦଖଲରେ ଥିବା ସରକାରୀ ସ୍ଥାନ ଛାଡ଼ିବା ପାଇଁ ଆଦେଶ ଦିଆଯାଇଥିଲା। ସେହି ଅନୁସାରେ ଆଜି ଉକ୍ତ ସ୍ଥାନ ଜବରଦଖଲ ମୁକ୍ତ ହୋଇଥିବା ଟାଙ୍ଗୀ ତହସିଲଦାର ଜନ୍ମେଜୟ ସାହୁ ସୂଚନା ଦେଇଛନ୍ତି। ଜବରଦଖଲ ଉଚ୍ଛେଦ ବେଳେ ତହସିଲ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିବା ବେଳେ ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞା ଋ଼ତୁମ୍ଭରା କରଙ୍କ ନିର୍ଦ୍ଦେଶରେ ପୋଲିସ ମୁତୟନ କରାଯାଇ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri