ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ, ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୨ ଦିନ କର୍ଫ୍ୟୁ

ବାଲେଶ୍ୱର,୧୧।୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଶନିବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ବାଲେଶ୍ବର ସହରର ନୂଆବଜାର, ଯାଦବପୁର, ଗୋଳାପୋଲ ରେଲୱେ ଜମି ଜବରଦଖଲ ଉଚ୍ଛେଦ କରାଯାଉଛି l ବାଲେଶ୍ବରରେ ତୃତୀୟ ରେଳ ଲାଇନ ନିର୍ମାଣ ପାଇଁ ପ୍ରଶାସନ ତରଫରୁ ବସ୍ତି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି । ଦୀର୍ଘ ଦିନ ହେବ ରେଲୱେ ଜାଗାକୁ ମାଡ଼ି ବସି ଅରଡ଼ ବଜାର,ନୂଆ ବଜାର,ଭାସ୍କରଗଞ୍ଜ ଅଞ୍ଚଳରେ ଲୋକମାନେ ବସ୍ତି ନିର୍ମାଣ କରି ରହୁଥିଲେ। ପାଖିପାଖି ୪୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ କରାଯାଇଛି। ଜିଲା ପ୍ରଶାସନ ,ପୋଲିସ ପ୍ରଶାସନ, ରେଳ ବିଭାଗ ଅଧିକାରୀ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ଏହି କାର୍ଯ୍ୟ ଜାରି ରହିଛି । ସୁରଖୁରରେ ଉଚ୍ଛେଦ କାମ ଚାଲିଥିବା ନେଇ ଏଡିଏମ ସୁଧାକର ନାୟକ ସୂଚନା ଦେଇଛନ୍ତି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଦୁଇଦିନିଆ (୧୧ ଓ ୧୨ ତାରିଖ) ସ୍ଥାନୀୟ ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି। ଭୋର ୪ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ ବୋଲି ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତିରେ ସୂଚନା ଦିଆଯାଇଥିଲା l ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ୭ ସେକ୍ଟର ପୋଲିସ ଫୋର୍ସ ନିୟୋଜିତ ଅଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri