ଜବରଦଖଲ ଉଚ୍ଛେଦ, ୧୦ ଏକର ଜମିରେ ଏନ୍‌ଏସି ପୋତିଲା ଲାଲଝଣ୍ଡା

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧୀନ ବସ୍‌ଷ୍ଟାଣ୍ଡ ନିକଟ ଜାତୀୟ ରାଜପଥକୁ ଲାଗି ରହିଥିବା ୧୦ ଏକର ଜମି ଜବରଦଖଲମୁକ୍ତ ହୋଇଛି। ଦୀର୍ଘ ୩୦ ବର୍ଷ ଧରି କୁର୍ଲୁପଡା ଗ୍ରାମର କେତେକ ବ୍ୟକ୍ତି ସମ୍ପୃକ୍ତ ଜମିକୁ ଜବରଦଖଲ କରି ନିଜ ଅକ୍ତିଆରରେ ରଖିଥିଲେ। ଫଳରେ ସମ୍ପୃକ୍ତ ଜମିରେ ଏନ୍‌ଏସିର ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ସମସ୍ୟା ଦେଖାଦେଉଥିଲା।

ଅଧ୍ୟକ୍ଷ ନୃପରାଜ ଯାଦବ, ନିର୍ବାହୀ ଅଧିକାରିଣୀ କିରଣ ବେହେରାଙ୍କ ପ୍ରଚେଷ୍ଟାରେ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ୧୦ ଏକର ଜମିକୁ ଜବରଦଖଲ ଉଚ୍ଛେଦ କରି ଏନ୍‌ଏସି ନିଜ ଅଧୀନକୁ ଆଣିଛି। ଏହି କାର୍ଯ୍ୟରେ ସହରବାସୀଙ୍କ ସହ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ, ଆର୍‌ଆଇ ବଗର୍ତ୍ତୀ ବାବୁ ଓ କେସିଙ୍ଗା ଥାନା ଅଧିକାରୀ ପ୍ରଦ୍ୟୁମ୍ନ ମହାପାତ୍ରଙ୍କ ସହ ପୋଲିସ କର୍ମଚାରୀ ସହଯୋଗ କରିଥିଲେ।

ଜବରଦଖଲମୁକ୍ତ ଏହି ୧୦ ଏକର ଜମିର ଚଉହଦିରେ ଏନ୍‌ଏସି ପକ୍ଷରୁ ଲାଲଝଣ୍ଡା ଫୋତା ଯାଇଛି। ଜବରଦଖଲ ଉଚ୍ଛେଦ ପରେ ଉକ୍ତ ଜମିରେ କଲ୍ୟାଣ ମଣ୍ଡପ, ଟ୍ରକ ଟର୍ମିନାଲ, ବାସହୀନମାନଙ୍କ ପାଇଁ ଆଶ୍ରୟ ସ୍ଥଳ, ପାର୍କ ଓ ଦୋକାନ ଗୃହ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯିବ ବୋଲି ଏନ୍‌ଏସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନ୍‌ଏସିର ଏହି କାର୍ଯ୍ୟକୁ କେସିଙ୍ଗା ସହରବାସୀଙ୍କ ସହ ବୁଦ୍ଧିଜୀବୀ ମହଲ ପକ୍ଷରୁ ପ୍ରଶଂସା କରାଯାଇଛି।

ଏ ସଂକ୍ରାନ୍ତରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କୁ ପଚାରିବାରୁ କୁର୍ଲୁପଡା ଗ୍ରାମର କେତେକ ଆଦିବାସୀ ସମ୍ପ୍ରଦାୟର ଲୋକେ ସରକାରୀ ଜମିକୁ ଦୀର୍ଘ ୩୦ ବର୍ଷ ହେଲା ଜବରଦଖଲ କରି ରଖିଥିଲେ। ଫଳରେ ଏନ୍‌ଏସି ପକ୍ଷରୁ ଏଥିରେ କୌଣସି ଉନ୍ନୟନମୂଳକ କାର୍ଯ୍ୟ ହୋଇପାରୁଥିଲା। ସମ୍ପୃକ୍ତ ଜମିରେ ଏଣିକି ଉନ୍ନୟନମୂଳକ କାର୍ଯ୍ୟ କରାଯିବା ପାଇଁ ଆଉ ସମସ୍ୟା ରହିବ ନାହିଁ ବୋଲି ଯାଦବ ପ୍ରକାଶ କିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri