କେନ୍ଦ୍ରାପଡ଼ା ସହରରେ ବଢ଼ୁଛି ଜବରଦଖଲ

କେନ୍ଦ୍ରାପଡ଼ା ଅଫିସ, ୪ା୧: କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ଇତିମଧ୍ୟରେ ୧୫୪ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ଠିକ୍‌ ଧରଣର ଚାଲୁନାହିଁ। ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପୁରାଣ ପ୍ରସିଦ୍ଧ ପୋଖରୀ ଓ ନାଳ ଅଳିଆ ଆବର୍ଜନାରେ ଭରି ରହିଛି। ଏଥିଯୋଗୁ ବର୍ଷ ସାରା ମଶାଙ୍କ ବାସସ୍ଥଳୀ ପାଲଟିଛି। ଏହି ପୁରାତନ ସହରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସ୍ଥାନୀୟ ସହରବାସୀ ଦାବି କରିଛନ୍ତି।
ଏ ସମ୍ପର୍କରେ ଅମରବର ବିଶ୍ୱାଳ କହିଛନ୍ତି, ଏହି ସହର ସମେତ ଆଖପାଖ ଅଞ୍ଚଳରେ ପୂର୍ବରୁ ନୌପରିବହନ ହେଉଥିଲା। ସେହିପରି ଏହା ଅଧୀନରେ ଥିବା ୨୧ଟି ୱାର୍ଡରେ ଗୋଟିଏ, ୨ଟି ପୋଖରୀ ଅଛି। ପ୍ରାୟ ୨୦ଟି ପୁରାଣ ପ୍ରସିଦ୍ଧ ପୋଖରୀ, ନିକଟସ୍ଥ ଗୋବରୀ ନଦୀ ଓ କେନାଲ ଏବେ ଜବରଦଖଲକାରୀଙ୍କ କବଳକୁ ଚାଲିଯାଇଛି। ନାଳ ଓ ପୋଖରୀଗୁଡିକ ଆବର୍ଜନାରେ ଭର୍ତ୍ତି ହୋଇଛି। ଫଳରେ ମଶା ମାଛିଙ୍କ ଉପଦ୍ରବ ସହ ପରିବେଶ ପ୍ରଦୂଷିତ ହେଉଛି। କେନ୍ଦ୍ର, ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଏହି ପୋଖରୀ ଓ ନାଳର ପୁନରୁଦ୍ଧାର ହୋଇପାରନ୍ତା। ତେବେ ସ୍ଥାନୀୟ ନେତୃତ୍ୱର ଅଭାବ ସହ ପ୍ରଶାସକଙ୍କର ଏଥିପ୍ରତି ଦୃଷ୍ଟି ପଡୁନାହିଁ। କ୍ଷୀତିଶ କୁମାର ସିଂହ କହିଛନ୍ତି ଯେ, ଜଳ ନିଷ୍କାସନ ସମସ୍ୟା ପାଇଁ ପ୍ରଶାସନର ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇଛି। ମହିପାଳ, ବଣିଆମାଳ, ନୂଆ ବସ୍‌ଷ୍ଟାଣ୍ଡ ଆଦି ପୋଖରୀଗୁଡିକ ପୌରପାଳିକା ଅଧୀନରେ ଥିଲେ ମଧ୍ୟ ସଫା ହୋଇପାରୁନାହିଁ। ଏପରି କି ପୌରପାଳିକା କାର୍ଯ୍ୟାଳୟ ପରିସରରେ ଥିବା ପୋଖରୀର ଅବସ୍ଥା ଭଲ ନାହିଁ। ସହର ମଧ୍ୟରେ ଟ୍ରାଫିକ୍‌ ବ୍ୟବସ୍ଥା ଅସମ୍ଭାଳ ହୋଇଛି। ସୁଚିନ୍ତିତ ଯୋଜନା ନ ଥିବାରୁ ରାସ୍ତାଗୁଡିକ ସଂକୁଚିତ ହୋଇରହିଛି। ଉଚ୍ଛେଦକୁ ସ୍ଥାନୀୟ ଲୋକ ମାନୁ ନ ଥିବାରୁ ଜବରଦଖଲ ସମସ୍ୟା ବଢ଼ିଛି ା ଗୋବରୀ ନଦୀ ପଠା ଓ ଗୋବରୀ କେନାଲର ସରକାରୀ ଜମି ଏବେ ଜବରଦଖଲକାରୀଙ୍କ ମାଲିକାନାରେ ଅଛି। କେଉଁ ପରିସ୍ଥିତିରେ ଏହି ଜବରଦଖଲକାରୀଙ୍କୁ ଜମି ଦଖଲ ପାଇଁ ମଞ୍ଜୁରୀ ମିଳିଛି ବୋଲି ପ୍ରଶ୍ନ କଲେ ଏହାର ଉତ୍ତର ପ୍ରଶାସକ ଦେଇ ପାରୁନାହାନ୍ତି। ରାସ୍ତା ସମ୍ପ୍ରସାରଣ ସମୟରେ ବିଦ୍ୟୁତ୍‌ ଖୁଣ୍ଟ ଉଠା ଯାଉ ନ ଥିବାରୁ ଯାତାୟାତ ସମୟରେ ଗାଡିମୋଟର ଅଟକି ରହୁଛି। ସେହିପରି ସହର ପାଇଁ ଦ୍ୱିତୀୟ ବାଇପାସ ରୋଡ ନିର୍ମାଣ କାର୍ଯ୍ୟ ବହୁଦିନରୁ ଅଟକି ରହିଛି। ସେକ୍‌ ସାବିର କହିଛନ୍ତି, ରାଜ୍ୟର ଏହି ସର୍ବପୁରାତନ ସହରର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ। ଏଥିପ୍ରତି ରାଜ୍ୟ ଓ କେନ୍ଦ୍ର ସରକାର ସ୍ବତନ୍ତ୍ର ଦୃଷ୍ଟି ଦେବା ସହ ଅନୁଦାନ ଯୋଗାଇ ଦେବା କଥା। ଏକା ଦିନରେ କେନ୍ଦ୍ରାପଡ଼ା ସହ ଯାଜପୁର ମ୍ୟୁନିସିପାଲିଟିର ଘୋଷଣା ହୋଇଥିଲା। ଯାଜପୁର ସହରର ଉନ୍ନୟନ କାର୍ଯ୍ୟ ସମ୍ମୁଖରେ କେନ୍ଦ୍ରାପଡ଼ା ପୌରାଞ୍ଚଳ ବହୁ ପଛରେ ପଡିଛି ବୋଲି ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ କହିଛନ୍ତି ଯେ, ବିଗତ କିଛିବର୍ଷ ମଧ୍ୟରେ ସହରର ରୂପରେଖ ବଦଳିଛି। ଆଲୋକୀକରଣ, ରାସ୍ତାଘାଟର ଉନ୍ନତି ସହ ପାର୍କ ଆଦି ସ୍ଥାପନ ହୋଇଛି। ଏହାବ୍ୟତୀତ ପ୍ରତି ୱାର୍ଡ ମଧ୍ୟରେ ଥିବା ସ୍ଥାନୀୟ ସମସ୍ୟାଗୁଡିକ ବିଧାୟକ, ପୌରାଧ୍ୟକ୍ଷାଙ୍କ ସହ ପୌର ପ୍ରଶାସନ ଅନୁଧ୍ୟାନ କରୁଛି। ଏହି ସହରକୁ ରାଜ୍ୟର ଉନ୍ନତ ସହର ମଧ୍ୟରେ ରଖିବାକୁ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri