ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା ସହିତ ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ବିଦେଶାଗତ ପକ୍ଷୀ ଏଠାରେ ଏକତ୍ରିତ ହେବାରେ ଲାଗିଛନ୍ତି। ୟୁରେସିଆନ୍‌ ଓ୍ବିଜନ, ଗଡ଼ୱାଲ, ମାଲାର୍ଡ, ଭିନ୍ନ ଭିନ୍ନ ପ୍ରକାର ଗେବ୍‌ସ, ନର୍ଦ୍ଦର୍ନ ସୋଭଲର୍‌, ଗୁଲ୍‌, ଟର୍ଣ୍ଣସ, ବାର୍‌ ହେଡେଡ୍‌ ଗୁସ୍‌, ଟୁଫଟେଡ୍‌ ଡକ୍‌, ପୋଚାର୍ଡ, ହ୍ବିସିଲ୍‌ଡକ୍‌, ସ୍ୟାଣ୍ଡପାଇପର, ପିଣ୍ଟେଲ୍‌ ଆଦି ଅନେକ ବିରଳ ପ୍ରଜାତିର ବିଦେଶୀ ପକ୍ଷୀ ଏଠାରେ ପହଞ୍ଚିଥିବା ଦେଖିବାକୁ ମିଳିଛି। ଏହି ପକ୍ଷୀମାନେ ଖାଦ୍ୟ ଓ ଅପେକ୍ଷାକୃତ ଉଷ୍ମ ଜଳବାୟୁ ଅଞ୍ଚଳର ସନ୍ଧାନରେ ହଜାର ହଜାର କିଲୋମିଟର ଯାତ୍ରା କରି ହୀରାକୁଦର ଆର୍ଦ୍ରଭୂମି (ରାମସାର)ରେ ପହଞ୍ଚୁଥିବା ଜଣାପଡିଛି।

ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାଶଙ୍କ ସୂଚନା ଅନୁସାରେ, ହୀରାକୁଦ ଜଳଭଣ୍ଡାରରେ ଶୀତଋତୁରେ ଦିନର ତାପମାତ୍ରା ୨୦ରୁ ୨୬ ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରାତିର ତାପମାତ୍ରା ପ୍ରାୟ ୧୦ ଡିଗ୍ରୀକୁ ଖସିଯାଇଥାଏ। ଯାହା ବିଦେଶାଗତ ପକ୍ଷୀଙ୍କ ରହଣୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଥାଏ। ଆସନ୍ତା ୨୦୨୫ ଜାନୁଆରୀ ୧୮ରୁ ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ ପାଇଁ ସ୍ଥିର ହୋଇଛି। ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଯାଇଥିବାରୁ ସେମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଦେଶାଗତ ପକ୍ଷୀଙ୍କୁ ବାଧାମୁକ୍ତ ସ୍ବାଚ୍ଛନ୍ଦ ବିଚରଣର ସୁବିଧା ସ୍ବରୂପ ଜଳଭଣ୍ଡାରରେ ପର୍ଯ୍ୟଟକଙ୍କ କ୍ରୁଜ୍‌ ଡଙ୍ଗା ସହିତ ମତ୍ସ୍ୟଜୀବୀଙ୍କ ଡଙ୍ଗା ଚଳପ୍ରଚଳ ଉପରେ ସନ୍ଧ୍ୟା ୬ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କଟକଣା ଲଗାଯାଇଛି। ଏପରିକି ନଦୀ ମଧ୍ୟରେ ପାଟ୍ରୋଲିଂ ପ୍ରକ୍ରିୟାକୁ ମଧ୍ୟ କେବଳ ମାନବ ଗତିବିଧି ଅଞ୍ଚଳରେ ସୀମିତ ରଖାଯାଇଛି। ବିଶେଷକରି ହୀରାକୁଦ ଜଳଭଣ୍ଡାରର ଆର୍ଦ୍ରଭୂମି ଅଞ୍ଚଳକୁ ମାନବ ପ୍ରବେଶକୁ ବାରଣ କରାଯାଇାଛି। ସେହିପରି ବିଦେଶାଗତ ପକ୍ଷୀଙ୍କୁ ଏକ ସ୍ବଚ୍ଛ ପରିବେଶ ଉପଲବ୍ଧ ପାଇଁ ହୀରାକୁଦର ଜଳଭଣ୍ଡାରର ପୂର୍ବ ଓ ପଶ୍ଚିମ ଭାଗରେ ସେମାନେ ଦେଉଥିବା ଅଣ୍ଡାର ସୁରକ୍ଷା ପାଇଁ ସ୍ଥାନୀୟ ସମ୍ପ୍ରଦାୟଙ୍କ ସହଯୋଗରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ବୋଲି ବନଖଣ୍ଡ ଅଧିକାରୀ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri