ପ୍ରଚାର ମଇଦାନରେ ବିଦେଶୀ ବୋହୂ

ପୁରୀ ଅଫିସ,୧୦।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରାର୍ଥୀମାନେ ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। କେହି କେହି ଦୀର୍ଘଦିନ ଧରି ପଞ୍ଚାୟତରେ ରହିଥିବା ଅନେକ ସମସ୍ୟାର ସମାଧାନ ପାଇଁ ଲୋକଙ୍କ ପାଖରେ ପ୍ରତିଶ୍ରୁତି ଦେଉଥିବା ବେଳେ ଅନ୍ୟ କେହି ଗ୍ରାମର ବିକାଶ ପାଇଁ ଶାସନ ପରିବର୍ତ୍ତନର ଜରୁରୀ କହି ନୂତନ ଆଶା ଦେଖାଉଛନ୍ତି ପ୍ରାର୍ଥୀମାନେ। ଲୋକ ମଧ୍ୟ ଉପଯୁକ୍ତ ପ୍ରାର୍ଥୀଙ୍କୁ ଊଣା ଅଧିକେ ନିଜ ମନରେ ବାଛି ସାରିଲେଣି। ଏହି ପରିପ୍ରେକ୍ଷୀରେ ପୁରୀ କାଶିହରିପୁର ପଞ୍ଚାୟତରେ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି ଜଣେ ବିଦେଶିନୀ। ଜଣେ ବିଦେଶୀ ଓଡ଼ିଆ ବୋହୂ ହୋଇ ସାଲୱାର ଓ ହାତରେ ଶଙ୍ଖା ପିନ୍ଧି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଏହି ପଞ୍ଚାୟତରେ ଦୀର୍ଘ ୬ବର୍ଷ ଧରି ରହିଆସୁଥିବା ଇଜାବେଲ ନାମ୍ନୀ ଜଣେ ଫ୍ରାନ୍ସ ବଂଶଜ ମହିଳା ହାତରେ ଚକୋଲେଟ ଡବାଟିଏ ଧରି ପ୍ରଚାର କରିଥିବାର ଚିତ୍ର ବେଶ୍‌ ଚର୍ଚ୍ଚାରେ ରହିଛି। ନିର୍ବାଚନ ମଇଦାନରେ ଅବତରଣ ହୋଇଥିବା ସରପଞ୍ଚ ପ୍ରାର୍ଥୀ ମୁକ୍ତିକାନ୍ତ ପଣ୍ଡା, ସମିତି ସଭ୍ୟ ପ୍ରାର୍ଥୀ ପ୍ରଦୀପ ଭାନୁ ଘଟୁଆରୀଙ୍କ ପାଇଁ ପ୍ରଚାର କରୁଛନ୍ତି। ସେହିପରି ପୁରୀ ସଦର ଗୋପୀନାଥପୁର ପଞ୍ଚାୟତରେ ପ୍ରାର୍ଥୀମାନେ ବୁଧବାର ଏକ ନିଆରା ଢଙ୍ଗରେ ପ୍ରଚାର କରୁଥିଲେ। ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ହୋଇଥିବା ଶୁଭଲକ୍ଷ୍ମୀ ରାଉତଙ୍କ ଚିହ୍ନ ଖୋଲା ବହି ହୋଇଥିବାରୁ ସେ ହାତରେ ଖୋଲା ବହି ଧରି ଘର ଘର ବୁଲି ପ୍ରଚାର ଚଳାଇଥିଲେ। ସେହିପରି ଏମ୍‌ସିଏ ଛାତ୍ରୀ ଅଲିଭା ରାଉତ ସମିତି ସଭ୍ୟ ପ୍ରାର୍ଥତ୍ନୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ ତାଙ୍କ ଚିହ୍ନ କେଟ୍‌ଲି ହୋଇଥିବାରୁ ସେ ମଧ୍ୟ ହାତରେ କେଟ୍‌ଲି ଧରି ଗାଁ ଗାଁ ବୁଲି ଭୋଟ ଭିକ୍ଷା କରୁଥିବା ଦୃଷ୍ଟିଗୋଚର ହୋଇଥିଲା। ତେବେ ଉଭୟ ପ୍ରାର୍ଥୀଙ୍କ ପ୍ରଚାରରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀଙ୍କ ସହ ଭାଜପା ନେତ୍ରୀ ଓ କର୍ମୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri