ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…

ନୂଆଦିଲ୍ଲୀ,୧୧।୧୨:  ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ପୂର୍ବ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୨୭୧.୩ କୋଟି ଡ଼ଲାର କମି ୬୩୭.୬୮୭ ବିଲିୟନ ଡ଼ଲାରରେ ପହଞ୍ଚିଥିଲା। ଆରବିଆଇର ସାପ୍ତାହିକ ତଥ୍ୟ ଅନୁଯାୟୀ, ଡିସେମ୍ବର ୩ରେ ଶେଷ ହୋଇଥିବା ରିପୋର୍ଟ ସପ୍ତାହରେ ଫରେକ୍ସ ରିଜର୍ଭ ହ୍ରାସର କାରଣ ଏଫସିଏ ହ୍ରାସ ଯୋଗୁ ହୋଇଛି।

ଆରବିଆଇ ତଥ୍ୟ ଅନୁଯାୟୀ, ଏଫ୍‌ ସିଏ ସପ୍ତାହକ ମଧ୍ୟରେ ୧.୪୮୫ ବିଲିୟନ ଡ଼ଲାର ହ୍ରାସ ପାଇ ୫୭୩.୧୮୧ ବିଲିୟନ ଡ଼ଲାରରେ ପହଞ୍ଚିଛି। ଡଲାରରେ ପ୍ରକାଶିତ ବିଦେଶୀ ମୁଦ୍ରା ଭଣ୍ଡାରର ସ୍ଥିତି ୟୁରୋ, ପାଉଣ୍ଡ ଏବଂ ୟେନ ଭଳି ଅଣ-ଆମେରିକୀୟ ମୁଦ୍ରା ଉପରେ ମଧ୍ୟ ନିର୍ଭରଶୀଳ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ସୁନା ଭଣ୍ଡାରର ମୂଲ୍ୟ ୪୦.୭ କୋଟି ଡ଼ଲାରରୁ ୩୮.୪୧୮ ବିଲିୟନ ଡ଼ଲାରକୁ ହ୍ରାସ ପାଇଛି।

ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ସ୍ବତନ୍ତ୍ର ଆହରଣ ଅଧିକାର ସପ୍ତାହରେ ୯ କୋଟି ଡଲାର ବୃଦ୍ଧି ପାଇ ୧୯.୧୨୬ ବିଲିୟନ ଡ଼ଲାରରେ ପହଞ୍ଚିଛି। ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠିରେ ଦେଶର ମୁଦ୍ରା ଭଣ୍ଡାର ୧.୭ କୋଟି ଡ଼ଲାର ବୃଦ୍ଧି ୫.୧୮ ବିଲିୟନ ଡ଼ଲାର ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri